Posted inଜାତୀୟ

ଅନୁପ୍ରବେଶ ଅପେକ୍ଷାରେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ/ଶ୍ରୀନଗର,୨୭ା୪: କରୋନା ମହାମାରୀକୁ ଅଣଦେଖା କରି ପାକିସ୍ତାନ ଭାରତ ଭିତରକୁ ଆତଙ୍କବାଦୀ ପଠାଇ କ୍ଷତି କରିବା ଲାଗି ପ୍ରୟାସ କରୁଛି। ପ୍ରାୟ ୩୦୦ ଆତଙ୍କବାଦୀ ‘ପିଓକେ’ର ନିୟନ୍ତ୍ରଣ ରେଖା ନିକଟରେ ଭାରତ ଭିତରେ ପ୍ରବେଶ ଲାଗି ଅପେକ୍ଷାରେ ଅଛନ୍ତି। ଏଥିଲାଗି ଭାରତୀୟ ସେନା ସଜାଗ ହୋଇପଡ଼ିଛି। ଭିତରକୁ ପଶିବା ଲାଗି ଉଦ୍ୟମ କଲେ ସେମାନଙ୍କୁ ଉଚିତ୍‌ ଶାସ୍ତି ଦିଆଯିବ ବୋଲି କହିଛନ୍ତି ଲ୍ୟୁଟନାଣ୍ଟ ଜେନେରାଲ ବି.ଏସ୍‌. ରାଜୁ। ସୀମାରେ ପାଟ୍ରୋଲିଂ ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
ଅନୁପ୍ରବେଶ ଉଦ୍ୟମରେ ଥିବା ଆତଙ୍କବାଦୀ କରୋନା ସଂକ୍ରମିତ ଥିବା ଆଶଙ୍କା ଥିବାରୁ ସେନା ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗୋଇନ୍ଦା ସୂତ୍ରରୁ ହିଜ୍‌ବୁଲ, ଲଶ୍କର ଭଳି ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନର ସଦସ୍ୟଙ୍କ ଅନୁପ୍ରବେଶ ଉଦ୍ୟମ ସମ୍ପର୍କରେ ଜଣାପଡ଼ିଛି। ସୀମାରେ ୧୬ ଲଞ୍ଚ୍‌ପ୍ୟାଡ୍‌ ଏବେ ସକ୍ରିୟ ରହିଛି। ପାକିସ୍ତାନୀ ସେନା ଓ ପାକ୍‌ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଉତ୍ତର କଶ୍ମୀରର ନୌସେରା, ଚାମ୍ବା ଆଦି ଗୁଲମର୍ଗ ଅଞ୍ଚଳରେ ଲଞ୍ଚ୍‌ପ୍ୟାଡ୍‌ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଲାଗି ପ୍ରୋତ୍ସାହିତ କରୁଥିବା ଜଣାପଡ଼ିଛି। ପାକିସ୍ତାନ ପଟୁ କରୋନା ସଂକ୍ରମିତଙ୍କୁ ଭାରତ ଭିତରକୁ ପଠାଯିବା ଲାଗି ଉଦ୍ୟମ ଆଶଙ୍କା ରହିଥିବାରୁ ଅଧିକ ସତର୍କତା ଅବଲମ୍ବନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri