ଅନୁଭବଙ୍କୁ ହତ୍ୟା ଧମକ: ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବୁ

କଟକ ଅଫିସ୍‌,୧ା୫- କେନ୍ଦ୍ରାପଡା ଲୋକ ସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ମିଳିଛି। ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବାକୁ ହ୍ବାଟ୍‌ସଆପ୍‌ରେ ମେସେଜ କରି ଧମକ ଦିଆଯାଇଛି। ଏନେଇ ଅନୁଭବ ମଙ୍ଗଳବାର ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା (ନଂ.୯୧/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୋମବାର ରାତି ୯ଟାରେ ଏକ ଅଜଣା ନମ୍ବରରୁ ଅନୁଭବଙ୍କ ହ୍ବାଟ୍‌ସଆପ୍‌କୁ ଏହି ମେସେଜ ଆସିଥିଲା। ତେବେ ଅନୁଭବଙ୍କ କହିବାନୁଯାୟୀ, କେହି ଚୁଗୁଲି କରିଥିବେ ବୋଲି ପ୍ରଥମେ ଭାବିଥିଲି। ପରେ ଏହା ସତ୍ୟ ବୋଲି ଜାଣିବାରୁ ଏନେଇ ଥାନାରେ ଅଭିଯୋଗ କରିଛି। କେହି ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପ୍ରରୋଚନାରେ ଉକ୍ତ ଦୃର୍ବୃର୍ତ୍ତ ଜଣକ ଏଭଳି ଧମକ ଦେଇଥିବେ ବୋଲି ସେ ସନ୍ଦେହ କରୁଥିବା କହିଛନ୍ତି।  ଏନେଇ ପୋଲିସ କମିଶନର ସତ୍ୟଜିତ ମହାନ୍ତିଙ୍କୁ ଜଣାଇବା ସହ ଜୀବନ ପ୍ରତି ବିପଦ ଥିବାରୁ  ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେ ନିବେଦନ କରିଥିବା କହିଛନ୍ତି। ପୁରୀଘାଟ ଥାନା ଅଧିକାରୀ ରଶ୍ମି ରଞ୍ଜନ ସାହୁ କହିଛନ୍ତି, ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ଆମେ ତଦନ୍ତ ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri