ଅନୁମତି ମିଳିଲେ ହେବ ତାଳଚେର ରଥଯାତ୍ରା

ତାଳଚେର,୧୩ା୫(ନି.ପ୍ର.) – ତାଳଚେରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତାଳଚେର ଉପଜିଲାପାଳ ରଜନୀକାନ୍ତ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ବିଧାୟକ ବ୍ରଜକିଶୋର ପ୍ରଧାନ, ପୌରନିର୍ବାହୀ ଅଧିକାରୀ ଅତସୀ ପରିଡା, ଦେବୋତ୍ତର ମ୍ୟାନେଜର ପଙ୍କଜ ଲୋଚନ ପତି ଓ ମୁଖ୍ୟ ମହାରଣା ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ। ସରକାର ଯଦି ଅନୁମତି ପ୍ରଦାନ କରନ୍ତି ତାହେଲେ ତାଳଚେରରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ରଥଯାତ୍ରା କମିଟି ସଭାପତି ତଥା ଉପଜିଲାପାଳ ସ୍ବାଇଁ ସୂଚନା ଦେଇଥିଲେ। ବିଧାୟକ ପ୍ରଧାନ ବଡଯୋରଡା, କଂସମୁଣ୍ଡା ଓ ଜରଡା ଗ୍ରାମରେ ଥିବା ରଥ ମରାମତି କରି ଚଳିତ ବର୍ଷ ବ୍ୟବହାର କରିବାକୁ ପ୍ରସ୍ତାବ ଦେଇଥିଲେ। ସଦସ୍ୟମାନେ ଏହାର ସମୀକ୍ଷା କରି ୫ ଦିନ ମଧ୍ୟରେ ଜଣାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଯଦି ଏପରି କରାଯାଏ ତାହେଲେ ମୁଖ୍ୟ ମହାରଣା ରଥଗୁଡିକର ଯାଞ୍ଚ ଓ ପୂର୍ତ୍ତ ବିଭାଗ ଆବଶ୍ୟକ ପ୍ରମାଣପତ୍ର ପ୍ରଦାନ କଲା ପରେ ରଥ ଚାଲିବ ବୋଲି ବୈଠକରେ ସ୍ଥିର କରାଯାଇଥିଲା। ଜୟନ୍ତ କୁମାର ପରିଡା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri