ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ ଅନୁଷ୍କା ନିଜର ପ୍ରଡକ୍ସନ ହାଉସ୍‌ ‘କ୍ଲିନ ସେଲ୍ଟ’କୁ ନିଜ ଭାଇ କର୍ନେଶ୍‌ ଶର୍ମାଙ୍କ ସହ ମିଶି ତିଆରି କରିଛନ୍ତି। ଏହି ପ୍ରଡକ୍ସନ ହାଉସ୍‌ ନିର୍ମିତ ‘ପାତାଲ ଲୋକ’ ଦର୍ଶକଙ୍କ ପାଇଁ ଆସୁଛି। ଏହାର ଟିଜର୍‌ ରିଲିଜ୍‌ କରିଦିଆଯାଇଛି। ଯାହାକୁ ମେ’ ୧୫ରୁ ଆମାଜନ୍‌ ପ୍ରାଇମ୍‌ରେ ଦର୍ଶକ ଦେଖିପାରିବେ। ଏହା ପ୍ରଥମଥର ପାଇଁ ଆମାଜନ୍‌ ପ୍ରାଇମ୍‌ ଓରିଜିନାଲରେ ଲୋକେ ଦେଖିପାରିବେ। ନିକଟରେ ଅନୁଷ୍କା ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହାର ଟିଜର ଶେୟାର କରିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ସମାଜରେ ଘଟୁଥିବା କ୍ରାଇମ୍‌, ଥ୍ରୀଲର, ଆକ୍ସନ ଏବଂ ଭ୍ରଷ୍ଟାଚାରକୁ ନେଇ ଏହାର କାହାଣୀ ଆଧାରିତ। ଏହାକୁ ଦେଖିବା ପରେ ଲୋକେ ନିଜର ସମାଜିକ ଦାୟିତ୍ୱବୋଧକୁ ବୁଝିପାରିବେ। ତେବେ ଏହି ପ୍ରଡକ୍ସନ ହାଉସ୍‌ ‘ଏନ୍‌ଏଚ୍‌-୧୦’ ଏବଂ ‘ପରୀ’ ଭଳି ଫିଲ୍ମ ତିଆରି କରିସାରିଛି। ଏଥିରେ ଲିଡ୍‌ ରୋଲ୍‌ରେ ଜୟ ଅହଲାବତ୍‌, ଗୁଲ ପନ୍ନାଗ, ଅଭିଷେକ ବାନାର୍ଜୀ, ନୀରଜ୍‌ କବି ପ୍ରମୁଖ ନଜର୍‌ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?