ଅନୁଷ୍କାଙ୍କ ପାଇଁ କରଓ୍ବାଚୌଥ ବ୍ରତ ରଖିଲେ ବିରାଟ!

ମୁମ୍ବାଇ: ନିକଟରେ ପାଳନ କରାଯାଇଛି କରଓ୍ବାଚୌଥ ବ୍ରତ। ଏଥିରେ ସବୁ ବିବାହିତାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଏହି ବ୍ରତ ପାଳନ କରିଥିଲେ। ବଲିଉଡ୍‌ ମଧ୍ୟ ଏଥିରୁ ବାଦ୍‌ ଯାଇ ନ ଥିଲା। ତେବେ କରଓ୍ବାଚୌଥ କେବଳ ସ୍ତ୍ରୀମାନେ କରିଥାଆନ୍ତି ବୋଲି କୁହାଯାଏ। ହେଲେ ବଲିଉଡ୍‌ ବିୟୁଟି ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ଅନୁଷ୍କାଙ୍କ ପାଇଁ କରଓ୍ବାଚୌଥ ରଖିଥିବା ଦେଖାଯାଇଛି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାରଣ କରଓ୍ବାଚୌଥ ଦିନ ବିରାଟ ତାଙ୍କ ଇନଷ୍ଟ୍ରାଗ୍ରାମ ଆକାଉଣ୍ଟରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଆଉ ସେଥିରେ ଲେଖିଛନ୍ତି, ‘ଯେଉଁମାନେ ଏକାଠି ବ୍ରତ ରଖନ୍ତି ସେମାନେ ଏକାଠି ହସି ଥାଆନ୍ତି, ହାପି କରଓ୍ବାଚୌଥ’। ଏବେ ଏହି କ୍ୟାପଶନରୁ ସ୍ପଷ୍ଟ ହୋଇଛି କି ବିରାଟ ଅନୁଷ୍କାଙ୍କ ପାଇଁ କରଓ୍ବାଚୌଥ ବ୍ରତ ରଖିଥିଲେ। ଆଉ ଏହାପରେ ଅନୁଷ୍କା ମଧ୍ୟ ଦୁହିଁଙ୍କର ଏକ ଫଟୋ ଶେୟାର କରି ଲେଖିଛନ୍ତି , ‘ମୋ ଜୀବନ ଓ ଏହା ପରର ସାଥୀ ଆଉ ଆଜିର ଉପବାସର ସାଥୀ’। ଅନୁଷ୍କାଙ୍କ ଏହି କଥା ମଧ୍ୟ ପୁଣିଥରେ ବିରାଟଙ୍କ କରଓ୍ବାଚୌଥକୁ ନେଇ ସ୍ପଷ୍ଟ ତଥ୍ୟ ଦେଇଛି। ଆଉ ବିରୁଷ୍କାଙ୍କର ଏହି ପୋଷ୍ଟ କିଛି ସମୟ ପାଇଁ ସୋସିଆଲ ମିଡିଆରେ ଟ୍ରେଣ୍ଡ ହୋଇଥିବା ଦେଖାଯାଇଥିଲା। କମେଟ୍‌ ପରେ କମେଟ୍‌ ଆସିବା ସହ କେତେଜଣ ୟୁଜର ଅନୁଷ୍କା ବିଶ୍ୱର ସବୁଠାରୁ ଭଲ ସ୍ବାମୀ ପାଇଛନ୍ତି ବୋଲି ଲେଖିବାକୁ ଭୁଲି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri