Posted inଖେଳ

ଅନୁଷ୍କାଙ୍କ ସହ କ୍ରିକେଟ ଖେଳିଲେ କୋହଲି

ନୂଆଦିଲ୍ଲୀ, ୧୭।୫: ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ କ୍ରିକେଟ ଖେଳିବା ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ରହିଛି। ଏହି ଭିଡିଓରେ ଦେଖାଯାଉଛି ଯେ କୋହଲି ନିଜ ମୁମ୍ବାଇ ବାସଭବନରେ କିଛି ସମୟ ଆଉଟଡୋର ଟ୍ରେନିଂ କରିବାପରେ ଅନୁଷ୍କାଙ୍କ ସହ ହାଲ୍‌କା ବ୍ୟାଟିଂ ଅଭ୍ୟାସ କରୁଛନ୍ତି। କୋହଲି ପ୍ରଥମେ ଅନୁଷ୍କାଙ୍କୁ କିଛି ସମୟ ଅଣ୍ଡରଆର୍ମ ବୋଲିଂ କରୁୁଛନ୍ତି। ଏହାପରେ ଗ୍ଲୋବ୍ସ ପିନ୍ଧି ବ୍ୟାଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଅନୁଷ୍କା ପ୍ରଥମେ ଏକ ବାଉନ୍ସର ପକାଇଥିବାବେଳେ କୋହଲି ତାହାକୁ ଡିିଫେଣ୍ଡ କରୁଛନ୍ତି । ପରେ ବଲିଉଡ ଅଭିନେତ୍ରୀ ଫୁଲ୍‌ ୱାଇଡ୍‌ ବଲ୍‌ ପକାଇଛନ୍ତି, ଯାହାକି କୋହଲିଙ୍କଠାରୁ ବହୁ ଦୂରରେ ରହୁଛି। ରିପୋର୍ଟ ଅନୁସାରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ଠାରେ ଖେଳାଳିଙ୍କ ପାଇଁ ଏକ ଆଇସୋଲେଶନ କ୍ୟାମ୍ପ ଆୟୋଜନ ପାଇଁ ଯୋଜନା କରୁଛି। ତେବେ ଲକ୍‌ଡାଉନ୍‌ ଯୋଗୁ ମୁମ୍ବାଇରେ ରହିଥିବା ରୋହିତ ଶର୍ମା ଓ କୋହଲିଙ୍କ ପରି ଖେଳାଳି ଏଥିରେ ଯୋଗ ଦେଇପାରିବେ ନାହିଁ। ଭାରତୀୟ ଦଳ ଶେଷଥରପାଇଁ ଗତ ମାର୍ଚ୍ଚ ପ୍ରଥମ ସପ୍ତାହରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ଖେଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri