ଅନୁଗୋଳ ଅଫିସ, ୨୫।୮ – ଫେସବୁକ୍ରେ ଯୁବକଙ୍କ ସହ ବନ୍ଧୁତା, ପ୍ରେମ, ଶାରୀରିକ ସମ୍ପର୍କ ଗଢିଉଠିବା ପରେ ମହିଳାଙ୍କୁ ବିବାହ କରିବାକୁ ଜିଦ୍ ଧରିଲେ ସମ୍ପୃକ୍ତ ଯୁବକ। ହେଲେ ମହିଳା ଜଣକ ଏଥିରେ ରାଜି ନ ହେବାରୁ ଉଭୟଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ କରିଦେବାକୁ ଯୁବକ ଜଣକ ମହିଳାଙ୍କୁ ବାରମ୍ବାର ଧମକ ଦେଉଥିବା ନେଇ ଅନୁଗୋଳ ଥାନାରେ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଅନୁଗୋଳ ପୋଲିସ ନଂ. ୬୪୨/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂତ୍ରରୁ ପ୍ରକାଶ, ଅଭିଯୋଗ କରିଥିବା ୩୦ ବର୍ଷୀୟା ମହିଳାଙ୍କ ଘର ସମ୍ବଲପୁର ଜିଲାରେ। ସେ ବିବାହିତ ହୋଇଥିବାବେଳେ ଅନୁଗୋଳରେ ଭଡାଘରେ ରହୁଛନ୍ତି। ସ୍ବାମୀ ହାଇଦ୍ରାବାଦରେ କାମ କରୁଥିବାବେଳେ ତାଙ୍କର ଜଣେ ୭ ବର୍ଷର ଝିଅ ଓ ୪ ବର୍ଷର ପୁଅ ରହିଛନ୍ତି। ଗତ ମେ ମାସରେ ମହିଳା ଜଣକ ଫେସବୁକ୍ରେ ଜିଲା ବାହାରର ଜଣେ ୨୫ ବର୍ଷୀୟ ଯୁବକଙ୍କ ସାଙ୍ଗରେ ବନ୍ଧୁତା କରିଥିଲେ। ଏହା ପରେ ପ୍ରେମ ଓ ଶାରୀରିକ ସମ୍ପର୍କରେ ପରିଣତ ହୋଇଥିଲା। ପରେ ଯୁବକ ଜଣକ ମହିଳାଙ୍କୁ ବିବାହ କରିବାକୁ ଜିଦ୍ ଧରିଥିଲେ। ହେଲେ ମହିଳା ରାଜି ନ ହେବାରୁ ଉଭୟଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ କରିବାକୁ ଯୁବକ ଜଣକ ଧମକ ଦେଇଥିଲେ।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

