ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାହାଣ୍ଡି ଜିଲାପାଳଙ୍କ ବାସଭବନ ସମ୍ମୁଖରୁ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା କରିବା ସହିତ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। କଳାହାଣ୍ଡି ଅତିରିକ୍ତ ଜିଲାପାଳ ଶରତଚନ୍ଦ୍ର ଶ୍ରୀଚନ୍ଦନ ଓ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଭୋଳାନାଥ ଦାସ ସବୁଜ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭବାନୀପାଟଣା ଉପଜିଲାପାଳ ମିର୍ଦ୍ଧା ଟପୋ, ଏସିଷ୍ଟାଣ୍ଡ କଲେକଟର୍‌ ସୁରେନ୍ଦ୍ର ତ୍ରିପାଠୀ, ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଉମାକାନ୍ତ ପ୍ରଧାନ, ଇନିସ୍‌ପେଟର କୁବେର ସେଠୀ, ଇନିସ୍‌ପେଟର ସଂଘମିତ୍ରା ପ୍ରଧାନ ଓ ସୁବାଷ ଚନ୍ଦ୍ର ବାରିକ, ଏନସିସି ଅଫିସର ରବି କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ଅଧିକରୁ ଅଧିକ ସଚେତନତା ସୃଷ୍ଟି କରିବା ନିମନ୍ତେ ଛାତ୍ରୀଛାତ୍ରମାନଙ୍କ ଭିତରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ସମ୍ପର୍କରେ ଆଲୋଚନା କରିବା ସହ ଜନସାଧାରଣ ଏହାଠାରୁ ଦୂରେଇ ରହିବା ପାଇଁ ପରାମର୍ଶ ଦେଇଥିଲେ । ବିଭିନ୍ନ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ସେହିପରି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସ୍ଥାନୀୟ ଅମଲା ଭବନଠାରେ ମଧ୍ୟ ଏହି ଦିବସ ପାଳନ କରାଯାଇଛି। ଏଥିରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ଜିଲା ସାଜିକ ସୁରକ୍ଷା ଅଧିକାରୀ ଭୋଳାନାଥ ନାଏକ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସକ ସୁଶ୍ରୀ ସଂଘମିତ୍ରା କାନୁନଗୋ, ଡିଡିଆରଓ ଶୁଭାଷିସ ମହାନ୍ତି, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଭାଗିରଥି ଭୋଇ ପ୍ରମୁଖ ଯୋଗଦେଇଥିଲେ। ମ.ରାମପୁରସ୍ଥିତ ଶ୍ରୀରାମ କୃଷ୍ଣ ଆଶ୍ରମ ଛାତ୍ରମାନେ ଏକାଙ୍କିକା ଓ ଘୁମୁରା ମାଧ୍ୟମରେ ସଚେତନର ବାର୍ତ୍ତା ଦେଇଥିଲେ। କାମଠଣାସ୍ଥିତ ଜେଏନଏମ୍‌ ପ୍ରଶିକ୍ଷଣ କେନ୍ଦ୍ରର ଛାତ୍ରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri