ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ହିଁ ଶିଶୁ ମହୋତ୍ସବ

ସିମୁଳିଆ, ୨୭।୧୦(ଡି.ଏନ.ଏ.)-ସିମୁଳିଆ ମଣ୍ଡଳସ୍ତରୀୟ ଶିଶୁ ମହୋସତ୍ବ ସୁରଭି-୨୦୧୯ ଶନିବାର ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ମହୋତ୍ସବକୁ ଉଦ୍‌ଘାଟନ କରିବା ସହିତ ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ହିଁ ଶିଶୁ ମହୋତ୍ସବ ବୋଲି ବକ୍ତବ୍ୟରେ କହିଥିଲେ। ବ୍ଲକର ବିଭିନ୍ନ ୧୬ଟି କ୍ଲଷ୍ଟରରୁ ଜୁନିୟର ଓ ସିନିୟର ବିଭାଗରେ ମୋଟ ୩୦୫ଜଣ ଛାତ୍ରୀଛାତ୍ର ଯୋଗ ଦେଇଥିଲେ ା ପ୍ରବନ୍ଧ, ନୃତ୍ୟ, ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲିଖନି, ବିତର୍କ ଓ ସଙ୍ଗୀତ ଆଦି ବିଭିନ୍ନ ୧୭ଟି ବିଭାଗରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜୁନିୟର ବିଭାଗରେ ୧୫ଜଣ ଓ ସିନିୟର ବିଭାଗରେ ୧୮ଜଣ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇ ପୁରସ୍କୃତ ହୋଇଥିଲେ ା ପ୍ରତ୍ୟେକ ବିଭାଗରେ ପ୍ରଥମ ହୋଇଥିବା ବିଭିନ୍ନ କୃତୀ ପ୍ରତିଯୋଗୀମାନେ ଆସନ୍ତା ୨ତାରିଖରେ ବାଲେଶ୍ୱର ଜିଲା ହାଇସ୍କୁଲରେ ଅନୁଷ୍ଠିତ ହେବାକୁ ଥିବା ଜିଲାସ୍ତରୀୟ ଉତ୍ସବରେ ଭାଗନେବେ ବୋଲି ସୂଚନା ଦିଆଯାଇଛି ା
ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଅତିଥି ରୂପେ ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋହନଚରଣ ଖିଲାର, ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ କୁମାର ମହାନ୍ତି, ଅନୁଶିକ୍ଷା ଅଧିକାରୀ ଗଦାଧର ଦାଶ, ଲମ୍ବୋଦର ସିଂ, ବରି ହାଇସ୍କୁଲର ପ୍ରାକ୍ତନ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମହାଳିକ, କାଞ୍ଚନ କମଳା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଧଳ ପ୍ରମୁଖ ଯୋଗ ଦେଇଥିଲେ ା ସେହିପରି ଅପରାହ୍ନରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଅତିଥି ରୂପେ ସାହିତି୍ୟକ ପଦ୍ମଲୋଚନ ଦାଶ, କଥାକାର ତଥା ସୋର ଉପେନ୍ଦ୍ର ନାଥ କଲେଜର ପ୍ରାକ୍ତନ ପ୍ରାଧ୍ୟାପକ କିର୍ତ୍ତନ ବିହାରୀ ଦାଶ ପ୍ରମୁଖ ଯୋଗଦେଇଥିଲେ ା ଖେଳ, ନାଚ, ଗୀତ ଆଦିି ଶିଶୁ ମାନଙ୍କ ଦୁର୍ବଳତା ଥିବା ବିଷୟ ପ୍ରତି ଅଭିଭାବକମାନେ ପ୍ରାଧାନ୍ୟ ଦେଲେ ଶିଶୁ ଭଲ ପାଠ ପଢିଥାଏ ବୋଲି ଅତିଥି ପ୍ରାଧ୍ୟାପକ ଦାଶ କହିଥିଲେ ା ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ବନମାଳୀ ନାୟକ, ଦିଲୀପ କୁମାର ରଥ, କମଳାକାନ୍ତ ପତିଙ୍କ ସମେତ ସିଆର୍‌ସିସିମାନେ ସହଯୋଗୀ ଥିଲେ ା ସିଅର୍‌ସିସି ଶିବ ପ୍ରସାଦ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?