Posted inଖେଳ

ଅନ୍ତିମ ଟେଷ୍ଟ: ସ୍ଥିତି ସମ୍ଭାଳିଲେ ରୋହିତ- ରାହାନେ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍‌ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ ସଂଗ୍ରହ କରିଥିଲା। ତେବେ ଏହାପରେ ତାରକା ଓପନର ରୋହିତ ଶର୍ମା ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଦୃଢ଼ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଭାରତ ପ୍ରଥମ ଦିବସର ଦ୍ୱିତୀୟ ସେସନରେ ୪୦ ଓଭରରେ ୩ ଉଇକେଟ ହରାଇ ୧୫୫ ରନ ସଂଗ୍ରହ କରିଛି। ରୋହିତ ୭୮ ଓ ରାହାନେ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ତୃତୀୟ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୨୩ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦, ଚେତେଶ୍ୱର ପୂଜାରା ଖାତା ଖୋଲିବା ପୂର୍ବରୁ କାଗିସେ ରାବାଡ଼ାଙ୍କ ଦ୍ୱାରା ଆଉଟ ହୋଇଛନ୍ତି। ସେହିପରି ଅଧିନାୟକ ବିରାଟ କୋହଲି ୧୨ ରନକରି ଅନରିଚ ନୋର୍ଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି।
ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri