Posted inଖେଳ

ଅନ୍ତିମ ଦିନିକିଆ ପୂର୍ବରୁ ନ୍ୟୁଜିଲାଣ୍ଡ ଦଳରେ ପରିବର୍ତ୍ତନ

ଓ୍ବେଲିଂଟନ,୧୦।୨- ଟିମ୍‌ ଇଣ୍ଡିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଆଗୁଆ ଜିତି ନେଇଥିବା ନ୍ୟୁଜିଲାଣ୍ଡ ଦଳ ଅନ୍ତିମ ମ୍ୟାଚ୍‌ ପୂର୍ବରୁ ଦଳରେ ପରିବର୍ତ୍ତନ କରିଛି। ଲେଗ୍‌ ସ୍ପିିନର ଇଶ ସୋଧି ଓ ପେସର ବ୍ଲେର ଟିକନରଙ୍କୁ ଦଳରେ ସାମିଲ କରାଯାଇଛି। ଭାରତ ଏ’ ସହ ୪ ଦିନିକିଆ ମ୍ୟାଚ୍‌ ଖେଳୁଥିବା ସୋଧି ଓ ଟିକନର ନ୍ୟୁଜିଲାଣ୍ଡ ଏ’ ଜାତୀୟ ଦଳ ପାଇଁ ପଠାଇଛି। ଦୁହେଁ ଅସୁସ୍ଥ ଥିବା ଟିମ୍‌ ସୌଦି ଓ ମିଚେଲ ସାଣ୍ଟନରଙ୍କ ସ୍ଥାନ ନେବେ। ଅକଲାଣ୍ଡ ଦିନିକିଆରେ ଅସୁସ୍ଥତା ସତ୍ତ୍ୱେ ସୌଦି ୧୦ ଓଭର ବୋଲିଂ କରିଥିଲେ। ଅବଶ୍ୟ ସେ ବାରମ୍ବାର ଫିଲ୍ଡ ଛାଡ଼ି ଡ୍ରେସିଂ ରୁମକୁ ଯାଇଥିଲେ। ଏଥିଯୋଗୁ ଦଳୀୟ ସାଥି ଖେଳାଳିମାନେ ପ୍ରଶଂସା କରିଥିଲେ। କାନ୍ଧ ଜନିତ ଆହତ ସମସ୍ୟା କାରଣରୁ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ରେ ଖେଳି ନ ଥିବା ଅଧିନାୟକ କେନ ଓ୍ବିଲିୟମସନ ଫିଟ୍‌ନେସ ଟେଷ୍ଟର ସମ୍ମୁଖୀନ ହେବେ। ୧୧ ତାରିଖରେ ମାଉଣ୍ଟମାଙ୍ଗାନୁଇଠାରେ ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ଖେଳିଯିବ। ଏହାପରେ ୨୧ ତାରିଖରୁ ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri