ଅନ୍ଧାରିମୁଲକର ଗଁ। ଗୁରୁଜାଙ୍ଗ: ରାସ୍ତା ପାଇଁ ଅଣ୍ଟାଭିଡିଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୧୦ – ଗ୍ରାମାଞ୍ଚଳର ବିକାଶକୁ ଗୁରୁତ୍ୱ ଦେଉଛନ୍ତି ସରକାର। ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ସାଙ୍ଗକୁ ଆନୁଷଙ୍ଗିକ ଭିତ୍ତିଭୂମି ପାଇଁ ସରକାରୀ ତହବିଲରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ତଥାପି ଅନ୍ଧାରିମୁଳକ ଜୀବନରୁ ବାହାରି ପାରୁନାହାନ୍ତି ଆଭ୍ୟନ୍ତରୀଣ ଅଞ୍ଚଳରେ ବାସିନ୍ଦା। ଏହାର ସଦ୍ୟତମ ଉଦାହରଣ ହେଉଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଅଞ୍ଚଳରେ ଥିବା ଗୁରୁଜାଙ୍ଗ ଗ୍ରାମ। ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ଏହି ଗ୍ରାମର ଜନସଂଖ୍ୟା ୬୦୦ରୁ ଊର୍ଦ୍ଧ୍ୱ। ବର୍ଷତମାମ ହାତୀ ଉପଦ୍ରବ ସମସ୍ୟାରେ ଘାଣ୍ଟି ହେଉଛନ୍ତି ଅଞ୍ଚଳବାସୀ। ଗମନାଗମନ ଲାଗି ସବୁଦିନିଆ ରାସ୍ତା ନ ଥିବାରୁ ସରକାରୀ ଯୋଜନା ପହଞ୍ଚତ୍ ପାରୁନାହିଁ। ଏହାର ସମାଧାନ କରିବାକୁ ଗ୍ରାମବାସୀ ବହୁବାର ଜିଲା ପ୍ରଶାସନ ଓ ବନ ବିଭାଗକୁ ଦରଖାସ୍ତ ମାଧ୍ୟମରେ ନିବେଦନ କରି ଥକି ପଡ଼ିଲେଣି। କେହି ଗୁହାରି ନ ଶୁଣିବାରୁ ସେମାନେ ନିଜେ ଶ୍ରମଦାନ କରି ଆରମ୍ଭ କରିଛନ୍ତି ରାସ୍ତାନିର୍ମାଣ।
ଏ ନେଇ ୪୩ ବର୍ଷୀୟ ସୁରେଶ ଚନ୍ଦ୍ର ସାମଲ କୁହନ୍ତି, ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ସଂରକ୍ଷିତ ଜଙ୍ଗଲ ମଧ୍ୟରେ ରହିଛି। ବନ ବିଭାଗ ଅନୁଦାନରେ ଏହାକୁ ନିର୍ମାଣ କରାଯିବା କଥା। ରାସ୍ତା ନ ଥିବାରୁ ଜରୁରୀ ସମୟରେ ଆମ୍ବୁଲାନ୍ସ, ଅଗ୍ନିଶମ ଗାଡ଼ି ପହଞ୍ଚତ୍ପାରୁନାହିଁ। ଗୁରୁଜାଙ୍ଗଠାରୁ ଖଲିବୋରେଇ ପଞ୍ଚାୟତର ଗୋବିନ୍ଦପୁର ଯାଏ ୪ କିମି ରାସ୍ତା ନିର୍ମାଣ ହେଲେ ଗ୍ରାମକୁ ଗମନାଗମନର ବାଟ ଫିଟିବ। ଏଥିଲାଗି ୪ବର୍ଷ ହେଲା ଜନ ଅଭିଯୋଗ ଶୁଣାଣି ଶିବିର, ବ୍ଲକ ପ୍ରଶାସନ, ଜିଲା ପ୍ରଶାସନ ନିକଟକୁ ଦରଖାସ୍ତ ଧରି ଯିବା ସତ୍ତ୍ୱେ କୌଣସି ସୁଫଳ ମିଳିଲାନାହିଁ। ତେଣୁ ବାଧ୍ୟ ହୋଇ ଗ୍ରାମବାସୀ ନିଜ ଉଦ୍ୟମରେ ରାସ୍ତା ତିଆରି କରୁଥିବା ସେ କହିଛନ୍ତି।
ଏ ନେଇ ସରପଞ୍ଚ ସନ୍ତୋଷ ପ୍ରଧାନ କୁହନ୍ତି, ରାସ୍ତାଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଯାଉଥିବାରୁ ସମସ୍ୟା ଉପୁଜିଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏହାକୁ ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଥିଲା। ବର୍ଷା ଲାଗିରହିଥିବାରୁ କାମ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri