ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଲେ

ଚୌଦ୍ୱାର,୨୩।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ ତରଫରୁ ସମସ୍ତ ପଞ୍ଚାୟତ ଓ ସହରାଞ୍ଚଳରେ କରାଯାଇଛି। ଏଥିସହିତ ସଂକ୍ରମଣକୁ ରୋକିବା ଦିଗରେ ସହରାଞ୍ଚଳ ବାସିନ୍ଦା ହୁଅନ୍ତୁ କି ଗ୍ରାମାଞ୍ଚଳ ସମସ୍ତେ ସଚେତନ ହେଉଥିବା ଦେଖିବାକୁ ମିଳିଛି। ଚୌଦ୍ୱାର ସହର ପାଇଁ ପୌରପାଳିକା ତରଫରୁ ସ୍ଥାନୀୟ ଗାନ୍ଧୀଛକ ସ୍ଥିତ ପୌର ଟାଉନହଲରେ ମାର୍ଚ୍ଚ ୨୩ ତାରିଖରୁ କ୍ୱାରେଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ସ୍ଥାନୀୟ ତେଲଗୁ ବସ୍ତିର ଜନୈକ ବ୍ୟକ୍ତି ଅନୁଗୋଳରେ ଶ୍ରମିକ ଭାବେ କାମକରୁଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଉକ୍ତ ବ୍ୟକ୍ତି ନିଜ ଘରକୁ ଫେରିଥିଲେ ହେଁ ଘରଲୋକେ ତଥା ସାହି ପଡିଶା ତାଙ୍କୁ ଘରେ ପୁରାଇ ନ ଥିଲେ। ପରେ ତାଙ୍କ ପରିବାରଲେକେ ଚୌଦ୍ୱାରସ୍ଥିତ ସରକାରଙ୍କ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କୁ ପରୀକ୍ଷା କରିବା ପରେ ଡାକ୍ତର ତାଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ସେହିପରି ପରିଡା ସାହିର ଜନୈକ ଯୁବକ ବାଲେଶ୍ୱରରେ ରହି କାମ କରୁଥିବାବେଳେ ବୁଧବାର ସେ ନିଜ ଘରକୁ ଫେରିଥିଲେ। ସାହି ଲୋକଙ୍କ ପରାମର୍ଶ କ୍ରମେ ସେ ଚୌଦ୍ୱାର ପୋଲିସ ସହାୟତାରେ କ୍ୱାରେନଟାଇନରେ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri