Posted inଜାତୀୟ

‘ଅନ୍ୟାୟ ସୁଧାରିବ ସିଏଏ’

ନୂଆଦିଲ୍ଲୀ,୨୯ା୧(ପି.ଟି.): ଐତିହାସିକ ଅନ୍ୟାୟକୁ ସୁଧାରିବା ପାଇଁ ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଅଣାଯାଇଛି। ଏହି ପଦକ୍ଷେପ ଯୋଗୁ ପଡ଼ୋଶୀ ଦେଶଗୁଡ଼ିକର ସଂଖ୍ୟାଲଘୁଙ୍କୁ ଭାଜପା ଦେଇଥିବା ପୁରୁଣା ପ୍ରତିଶ୍ରୁତି ପୂରଣ ହେବ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି।
ରାଲି ୨୦୨୦କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସ୍ବାଧୀନତା ପରଠୁ ଜମ୍ମୁ-କଶ୍ମୀରରେ ଅସୁବିଧା ଲାଗିରହିଥିଲା। ରାଜନୈତିକ ଦଳଗୁଡ଼ିକ ଉପତ୍ୟକାରେ କେତେକ ପ୍ରସଙ୍ଗକୁ ବଞ୍ଚାଇ ରଖିଥିଲେ, ଯାହା ଫଳରେ ଆତଙ୍କବାଦ ସେଠାରେ ତିଷ୍ଠି ରହିଥିଲା। ବର୍ତ୍ତମାନର ସରକାର ଏହି ଦଶନ୍ଧି ପୁରୁଣା ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଚଳାଇଛନ୍ତି। ପଡ଼ୋଶୀ ପାକିସ୍ତାନ ଭାରତଠାରୁ ତିନୋଟି ଯୁଦ୍ଧରେ ହାରିସାରିବା ପରେ ବି ଛାୟାଯୁଦ୍ଧ ଚଳାଇଛି। ପୂର୍ବ ସରକାରଗୁଡ଼ିକ ଏହି ସମସ୍ୟାକୁ ଏକ ଆଇନଶୃଙ୍ଖଳା ପ୍ରସଙ୍ଗ ଭାବେ ବିବେଚନା କରୁଥିଲେ। ଏପରି କି ଆମର ଶତ୍ରୁ କାର୍ଯ୍ୟାନୁଷ୍ଠାନ ପାଇଁ ଉସୁକାଇଲେ ବି ସେମାନେ ଚୁପ୍‌ ରହୁଥିଲେ ବୋଲି ମୋଦି ପୂର୍ବ ସରକାରଗୁଡ଼ିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଆହୁରି କହିଛନ୍ତି, ଏବେ କେବଳ ଜମ୍ମୁ-କଶ୍ମୀର ନୁହେଁ, ବରଂ ଦେଶର ଅନ୍ୟ ଭାଗରେ ମଧ୍ୟ ଶାନ୍ତିପୂର୍ଣ୍ଣ ବାତାବରଣ ରହିଛି। କେନ୍ଦ୍ର ସରକାର ବହୁ ବର୍ଷ ଧରି ଅଣଦେଖା ହୋଇଥିବା ଉତ୍ତର-ପୂର୍ବାଞ୍ଚଳର ଲୋକଙ୍କ ଆଶା ଆକାଂକ୍ଷାକୁ ମଧ୍ୟ ପୂରଣ କରିବାରେ ସଫଳ ହୋଇଛନ୍ତି। ଏହି ଅବସରରେ ମୋଦି ନିଜ ସରକାରର ସଫଳତା ବଖାଣିବାକୁ ଯାଇ ବୋଡୋ ଚୁକ୍ତିନାମା, ତିନି ତଲାକ, ୩୭୦ ଅନୁଚ୍ଛେଦ ଆଦି ବିଷୟର ଅବତାରଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri