Posted inଖେଳ

ଅନ୍‌ଅଫିସିଆଲ ୩ୟ ଟେଷ୍ଟ ଡ୍ର’

ତରୌବା,୧୦।୮- ବାମହାତୀ ସ୍ପିନର ଶାହାବାଜ ନଦିମ ୫ ଉଇକେଟ ଅକ୍ତିଆର କରିିବା ସତ୍ତ୍ୱେ ଭାରତ ଏ’ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍‌ଅଫିସିଆଲ ଟେଷ୍ଟକୁ ଓ୍ବେଷ୍ଟଇଣ୍ଡିଜ ଏ’ ଅମୀମାଂସିତ ରଖିବାକୁ ସକ୍ଷମ ହୋଇଛି। ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତ ଏ’ ୨୦୧ ରନ୍‌ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ଏ’ ୧୯୪ ରନ୍‌ରେ ସୀମିତ ରହିଥିଲା। ୭ ରନ୍‌ର ଅଗ୍ରଣୀ ହାସଲ କରିଥିବା ଭ୍ରମଣକାରୀ ଦଳ ଦ୍ୱିତୀୟ ଇନିଂସରେ ୩୬୫ ରନ୍‌ କରି ପାଳି ଘୋଷଣା କରିଥିଲା। ଫଳରେ ଘରୋଇ ଦଳ ଆଗରେ ୩୭୩ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ବିନା କ୍ଷତିରେ ୩୭ରନ୍‌ରୁ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ବ୍ୟାଟିଂ ଆରମ୍ଭ କରିଥିବା ଓ୍ବେଷ୍ଟଇଣ୍ଡିଜ ଏ’ର ବ୍ୟାଟ୍ସମ୍ୟାନମାନେ ଧୈର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ଦଳ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୬ ଉଇକେଟ ହରାଇ ୩୧୪ ରନ୍‌ କରିବାକୁ ସମର୍ଥ ହୋଇଥିଲା। ଦଳ ପକ୍ଷରୁ ଜେରେମି ସେଲୋଜାନୋ ୯୨, ବ୍ରେଣ୍ଡନ କିଙ୍ଗ ୭୭ ଓ ସୁନିମ ଆମ୍ବ୍ରିସ ୬୯ ରନ୍‌ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ କେବଳ ନଦିମ ସଫଳ ହୋଇଥିଲେ। ସେ ୫ ଉଇକେଟ ନେଇଥିଲେ। ଏଥିସହିତ ଭାରତ ୨-୦ ବ୍ୟବଧାନରେ ଅନ୍‌ଅଫିସିଆଲ ସିରିଜ୍‌ ଜିତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri