ଅନ୍‌ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।
ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରୁ ବଞ୍ଚିତ ହେବେ ନାହିଁ, ସେହି ଦିଗରେ ବିଭାଗ ସଦାସର୍ବଦା ଯତ୍ନବାନ ହେବା ଆବଶ୍ୟକ। ଉପଭୋକ୍ତାଗଣ କିଭଳି ଅତି ସହଜରେ, ସ୍ବଳ୍ପ ସମୟରେ ନିଜ ଗୃହକୁ ବିଦ୍ୟୁତ ସଂଯୋଗ ପାଇବେ, ତା’ର ସରଳ ପ୍ରକ୍ରିୟା ଏବଂ ବିଦ୍ୟୁତ ଦେୟ ସଂଗ୍ରହ ଦିଗରେ ପ୍ରଦାନ କରାଯାଉଥିବା ସେବା ସମ୍ପର୍କିତ ତଥ୍ୟଗୁଡ଼ିକ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ‘ଓଡ଼ିଶା ବିଜୁ ସଂଯୋଗ’ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ କରି ଉପଭୋକ୍ତାମାନେ ୪୮ ଘଣ୍ଟାରେ ନୂତନ ବିଦ୍ୟୁତ ସଂଯୋଗ ପାଇପାରିବେ ଏବଂ ସେଗୁଡ଼ିକର ତଥ୍ୟ ୱେବ୍‌ ଓ ନିଜର ଅତ୍ୟାଧୁନିକ ମୋବାଇଲରେ ଉଭୟ ଓଡ଼ିଆ ଏବଂ ଇଂରାଜି ଭାଷାରେ ଉପଲବ୍ଧ ହେବ। ରାଜ୍ୟର ସବୁ ଅଞ୍ଚଳର ଉପଭୋକ୍ତାଗଣ ଅନ୍‌ଲାଇନ୍‌ ଦ୍ୱାରା ନିଜର ମାସିକ ବିଦ୍ୟୁତ ଦେୟ ପ୍ରଦାନ କରିପାରିବେ। ସଂପ୍ରତି ପ୍ରି ପେଡ୍‌ ୱାଲେଟ୍‌ ପ୍ରକ୍ରିୟାକରଣ କାର୍ଯ୍ୟ ଚାଲିଛି। ଏହା ଦ୍ୱାରା ଉପଭୋକ୍ତାମାନଙ୍କ ଗୃହକୁ ଯାଇ ବିଦ୍ୟୁତ ଦେୟ ସଂଗ୍ରହ ହେବ। ଏହି ସମୟରେ ଅନ୍‌ଲାଇନ୍‌ ଅର୍ଥ ପୈଠ କଲେ ଅତିରିକ୍ତ ୨ ପ୍ରତିଶତ ରିହାତି ଉପଭୋକ୍ତାଗଣ ପାଇପାରିବେ। ଉପଭୋକ୍ତାଗଣ ନିକଟସ୍ଥ ପୋଷ୍ଟ ଅଫିସକୁ ଯାଇ ଅର୍ଥ ପାଇଠ କରିପାରିବେ ଏବଂ ନିଜର କାର୍ଡ ଜରିଆରେ ମଧ୍ୟ ବିଦ୍ୟୁତ୍‌ ଦେୟ ପଇଠ କରିପାରିବେ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଗୋଟିଏ ପ୍ରକାର ପାରିଶ୍ରମିକ ପ୍ରଦାନ କରାଯାଇ ବିଦ୍ୟୁତ୍‌ ଦେୟ ସଂଗ୍ରହ କରାଯିବାର କାର୍ଯ୍ୟକାରିତା ନେଇ ବୈଠକରେ ଆଲୋଚନା ହୋଇଥିଲା। ଫୋନ୍‌ ଦ୍ୱାରା ୨୪ଘଣ୍ଟିଆ ଗ୍ରାହକମାନଙ୍କ ଅଭିଯୋଗ ଗ୍ରହଣ କରିବା ଏବଂ ସେଗୁଡ଼ିକର ସମାଧାନ ଦିଗରେ କିଭଳି ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ମନ୍ତ୍ରୀ ଅବଗତ ହୋଇଥିଲେ।
ପ୍ରାକୃତିକ ବିପର୍ଯ୍ୟୟବେଳେ ବିଦ୍ୟୁତସେବା ଯୋଗାଇଦେବା ପାଇଁ ଅତ୍ୟଧିକ ଅର୍ଦ୍ଧକୁଶଳୀ ବିଦ୍ୟୁତ୍‌ କାର୍ଯ୍ୟଦଳ ଆବଶ୍ୟକ ରହୁଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟୁତ କାର୍ଯ୍ୟଦଳଙ୍କୁ ପ୍ରଶିକ୍ଷଣ ସକାଶେ କରାଯାଉଥିବା ବିଧିବଦ୍ଧ ବ୍ୟବସ୍ଥା ସମ୍ପର୍କରେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ପଚାରି ବୁଝିଥିଲେ। ୨୫ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ବାକିଆ ପଡ଼ିଥିବା ଉପଭୋକ୍ତାମାନଙ୍କୁ ବକେୟା ଜମା କରିବା ନିମିତ୍ତ ପତ୍ର ଦିଆଯାଉ, ତା’ପରେ ମଧ୍ୟ ଯଦି ସେମାନେ ବକେୟା ପୈଠ କରୁନାହାନ୍ତି, ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନ୍ତ୍ରୀ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ କମିଶନର ତଥା ଶାସନ ସଚିବ ବିଷ୍ଣୁପଦ ସେଠୀ, ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri