Posted inପୁରୀ

ଅନ୍‌ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍‌

ଗୋପ,୨।୬(ଡି.ଏନ୍‌.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଲଲାଟ ଚନ୍ଦ୍ର ବେହେରା ଅନଲାଇନରେ ଗଣିତ ଶିକ୍ଷାଦାନ ଜାରି ରଖିଛନ୍ତି। ସବୁ ବିଷୟ ମଧ୍ୟରୁ ଗଣିତ ଅଧିକ କଷ୍ଟ ହେଉଥିବା ଛାତ୍ରୀଛାତ୍ରମାନେ ଅନୁଭବ କରୁଥିବାବେଳେ ଲଲାଟ ସାରଙ୍କ ଏହି ଅନଲାଇନ ଶିକ୍ଷା ସେମାନଙ୍କୁ ବେଶ ସୁହାଉଥିବା ଜଣାପଡ଼ିଛି। ଏପରିକି ଗଣିତର ପ୍ରତିଟି ସମସ୍ୟାକୁ ଅତି ସରଳ ଭାବେ ଲଲାଟ ସାର ସମାଧାନ କରିଦେଉଥିବାରୁ ଛାତ୍ରୀଛାତ୍ରମାନଙ୍କ ପ୍ରିୟ ପାଲଟିଯାଇଛନ୍ତି। ଏହାସହ ଏହି ଶିକ୍ଷକ ଜଣଙ୍କ ବିଭିନ୍ନ ସମୟରେ ଅନ୍‌ଲାଇନ୍‌ ଶିକ୍ଷାକୁ ନେଇ ରାଜ୍ୟରୁ ପ୍ରତିନିଧି ଭାବରେ ମୁମ୍ବାଇ, କର୍ନାଟକ, ବାଙ୍ଗାଲୋର ଓ ଅନ୍ୟ କେତେକ ସ୍ଥାନରେ ମଧ୍ୟ ଯୋଗଦେଇ କିପରି ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ାଇବେ ସେନେଇ ବାର୍ତ୍ତା ଦେଇଛନ୍ତି। ସେହିପରି ସେ ଓଡ଼ିଶା ସ୍କୁଲ୍‌ ଏଜୁକେଶନ ପ୍ରୋଗ୍ରାମ ଅଥୋରିଟି (ଓସେପା) ଏବଂ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ପ୍ରତି ଶିକ୍ଷାବର୍ଷ ଆରମ୍ଭରେ ସରକାରଙ୍କ ତରଫରୁ ପ୍ରକାଶିତ ଉଜ୍ଜ୍ୱଳ ଉତ୍‌ଥାନ ପୁସ୍ତିକାରେ ଗଣିତ ଲେଖକ ଭାବେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଚେଷ୍ଟା ଜାରି ରଖିଛନ୍ତି। ସଂପ୍ରତି କରୋନା ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ଯୋଗୁଁ ଛାତ୍ରୀଛାତ୍ରଙ୍କ ଶିକ୍ଷା ବେଶ ଗୁରୁତ୍ୱ ରହିଛି। ସରକାରଙ୍କ ଏହି ଅନଲାଇନ ଶିକ୍ଷାଦାନ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବେଶ ସହାୟକ ହେଉଥିବାବେଳେ ଶିକ୍ଷକମାନେ ସହଯୋଗ କରିଛନ୍ତି। ହ୍ବାଟ୍‌ସ୍‌ଆପ୍‌, ଭିଡିଓ କନ୍‌ଫରେନ୍ସ ସମେତ ବିଭିନ୍ନ ଆପ୍‌ ଭଳି ଉନ୍ନତମାନର ଜ୍ଞାନ କୌଶଳ ଯୋଗୁ ଏବେ ଘରେ ବସି ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା ସହଜ ହୋଇପାରିଛି ବୋଲି ଶିକ୍ଷକ ବେହେରା କହିଛନ୍ତି। ତାଙ୍କର ଏପରି ଅନ୍‌ଲାଇନ୍‌ ମାଧ୍ୟମରେ ପାଠପଢ଼ାର ଦକ୍ଷତାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri