ପାତ୍ରପୁର,୨ା୭(ଡ଼ି.ଏନ୍.ଏ.): ଜରଡ଼ା ଥାନା ଗୁଣ୍ଡ୍ରା ଗ୍ରାମର ଜଣେ ବ୍ୟକ୍ତି ବ୍ୟାଙ୍କ ଆକାଉଣ୍ଟରୁ ଅନ୍ ଲାଇନ୍ରେ ୩ ଲକ୍ଷ ଟଙ୍କା ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଗୁଣ୍ଡ୍ରା ଗ୍ରାମର ନାଗରାମପଲ୍ଲୀ ଧର୍ମା ଦୁଇବର୍ଷ ତଳେ ଛତିଶଗଡ଼ଠାରେ ଦିନ ମଜୁରିଆ ଭାବେ କାମ କରିବା ସମୟରେ ସେଠାର ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କ ଶାଖାରେ ଖାତା ଖୋଲି ମଜୁରୀ ଅର୍ଥକୁ ରଖିଥିଲେ ା ଗତ ବର୍ଷେ ହେଲା ସେ ଗ୍ରାମକୁ ଆସିଥିଲେ। ୨୫ ତାରିଖରେ ତାଙ୍କ ମୋବାଇଲ ଫୋନ୍କୁ କେହି ଜଣେ ଦୁର୍ବୃତ୍ତ କଲ୍ କରିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ କଥାରେ ବିଶ୍ୱାସ କରି ଧର୍ମା ମୋବାଇଲ୍ ଫୋନକୁ ଆସିଥିବା ଓଟିପି ନମ୍ବର କହି ଦେଇଥିଲେ । ଯାହାଫଳରେ ୨୫ରୁ ୨୯ ତାରିଖ ମଧ୍ୟରେ ତାଙ୍କ ଆକାଉଣ୍ଟରେ ଥିବା ପ୍ରାୟ ୩ ଲକ୍ଷ ଟଙ୍କା ପର୍ଯ୍ୟାୟକ୍ରମେ ସମ୍ପୃକ୍ତ ବ୍ୟକ୍ତି ଜଣକ ଠକି ନେଇଥିଲେ ା ଟଙ୍କା ଉଠାଯାଇଥିବା ନେଇ ମୋବାଇଲ୍ ଫୋନକୁ ଆସିଥିବା ମେସେଜ୍ ସମ୍ପର୍କରେ ସୋମବାର ଧର୍ମା ବ୍ରହ୍ମପୁରସ୍ଥିତ ସାଇବର ଥାନାରେ ଅଭିଯୋଗ କରିଛନ୍ତି।
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
Archives

