Posted inଖେଳ

ଅନ୍‌ଲାଇନ୍‌ ଚେସ: ନିିପୁନ ଚାମ୍ପିୟନ

ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)-ଏସ୍‌.ଆର୍‌. ଚେସ୍‌ ସେଣ୍ଟର ପକ୍ଷରୁ ତୃତୀୟ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୪୬ ଖେଳାଳି ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଓଡ଼ିଶା ରାଜ୍ୟ ବଧିର ଚେସ୍‌ ଚାମ୍ପିୟନ ଭୁବନେଶ୍ୱରର ନିପୁନ ଆଦିତ୍ୟ ମହାନ୍ତି ପୂରା ୫ ପଏଣ୍ଟ ସହ ଟାଇଟଲ ହାସଲ କରିଛନ୍ତି। ନିିଖିଲ ସାହୁ, ସତ୍ୟଜିତ ପଟ୍ଟନାୟକ ଓ ଧୀର ଚାୱଲା(ଦକ୍ଷିଣ ଆଫ୍ରିକା) ୪ ପଏଣ୍ଟ ଲେଖାଏ ପାଇ ଦ୍ୱିିତୀୟରୁ ୪ର୍ଥ ସ୍ଥାନ ଅଧିକାର କରିଛନ୍ତି। ହାଇଦ୍ରାବାଦର ଶିବାଂଶ ମିଶ୍ର, ଅନୂଜ ସୁବୁଦ୍ଧି, ତେଜାସ ଲୋହାନୀ, ସଞ୍ଜୟ ପଟ୍ଟନାୟକ, ସାଇ ଅମୃତ ପରିଜା ଓ କୌଶିକ ପାଣିଗ୍ରାହୀ ୩.୫ ପଏଣ୍ଟ ଲେଖାଏ ପାଇ ଟପ୍‌-୧୦ ଫିନିଶ୍‌ କରିଛନ୍ତି। ଏସ୍‌ଆର ଚେସ୍‌ ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡ. ମାନସ ରଞ୍ଜନ ମିଶ୍ର ଓ ସତ୍ୟଜିତ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri