ଅନ୍‌ସ୍ଲୋରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କ୍ୟାମ୍ପସ

ଛତ୍ରପୁର,୧।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଚଳିତ ବର୍ଷ ଖୋଲିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ କୋଠା ଓ ନୂତନ କୋଠା ନିର୍ମାଣ ପାଇଁ ଜମି ହସ୍ତାନ୍ତର ବିଳମ୍ବ ଯୋଗୁ ଏହା ଖୋଲିବାରେ ଅହେତୁକ ବିଳମ୍ବ ହୋଇଥିବା ଜଣାପଡିଛି। ଅପରପକ୍ଷରେ ଅନସ୍ଲୋ ସରକାରୀ ହାଇସ୍କୁଲରେ କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ ଭାବେ ଚାଲିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତିି। ଶନିବାର ଏ ସମ୍ପର୍କରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ଡେପୁଟି ସେକ୍ରେଟାରୀ ପ୍ରଦୀପ କୁମାର ବେହେରାଙ୍କଠାରୁ ଗଞ୍ଜାମ ଜିଲାପାଳ, ଶିକ୍ଷା ଅଧିକାରୀ ଓ ଅନସ୍ଲୋ ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଚିଠି (ନଂ-୧୩୪୫୨) ଆସିଛି। ଫଳରେ ଖୁବ୍‌ଶୀଘ୍ର କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ ଅନସ୍ଲୋ କୋଠା ହସ୍ତାନ୍ତର ହେବ ବୋଲି ଜଣାପଡିଛି। କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବ ା
ପ୍ରକାଶଯେ, ଅସ୍ଥାୟୀ କ୍ୟାମ୍ପସ ପାଇଁ କୋଠା ଓ ଆର୍ଯ୍ୟପଲ୍ଲୀ ନିକଟରେ ପୂର୍ବରୁ ଚିହ୍ନଟ ଜମି ହସ୍ତାନ୍ତର ପରେ ହିଁ କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁରରେ ଖୋଲିବ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ଜିଲାପାଳଙ୍କୁ ଚିଠି ଆସିଥିଲା। ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ପକ୍ଷରୁ ଏହି ଚିଠି ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ ଛତ୍ରପୁର ଅନସ୍ଲୋ ହାଇସ୍କୁଲର ଏକ କୋଠା ଦେଲେ କୌଣସି ଅସୁବିଧା ହେବନି ବୋଲି ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରି ପ୍ରଧାନ ଶିକ୍ଷକ ଜଣାଇଥିଲେ। ଏହାପରେ ଜିଲାପାଳଙ୍କ ସୁପାରିଶ ଓ ଅନସ୍ଲୋ ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ଚିଠିକୁ ଆଧାର କରି ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡାଙ୍କ ପକ୍ଷରୁ ୧ ତାରିଖରେ ଏଥିପାଇଁ ଅନୁମତି ଦେବା ପାଇଁ ସେକେଣ୍ଡାରୀ ଏଜୁକେସନ ନିର୍ଦ୍ଦେଶକଙ୍କୁ ଚିଠି କରିଥିଲେ। ଏହାପରେ ସେକେଣ୍ଡାରୀ ଏଜୁକେସନ ଡେପୁଟି ଡାଇରେକ୍ଟରଙ୍କ ପକ୍ଷରୁ ୧୨ ତାରିଖରେ ଏଥିପାଇଁ ଅନୁମତି ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିିିରିକ୍ତ ସଚିବଙ୍କୁ ଚିଠି କରାଯାଇଥିଲା।
ଏହାପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଥିପାଇଁ ଅନୁମତି ଦିଆଯାଇଛି। ଏଥିସହ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କୋଠା ନିର୍ମାଣ ପାଇଁ ଆର୍ଯ୍ୟପଲ୍ଲୀ ନିକଟରେ ୧୦ ଏକର ଜମି ପ୍ରଶାସନ ପକ୍ଷରୁ ଦେବାକୁ ନିଷ୍ପତ୍ତି ହୋଇସାରିଛି। ଏହାକୁ ହସ୍ତାନ୍ତର କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଚଳିତବର୍ଷ କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲା ା ଏହାପରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ମଧ୍ୟ ଏହାକୁ ପ୍ରଶାସନିକ ମଞ୍ଜୁରୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri