ଅପରାଜିତାଙ୍କୁ ଅରୂପଙ୍କ ଜବାବ: ‘ସେ ଟ୍ରେନିଂରେ ‘୫-ଟି’ ଶିଖିଥିବେ, ମୁଁ କେବଳ ପରେଡ୍‌ ଶିଖିଛି’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବା ସହ ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ଏ ସମ୍ପର୍କରେ ପଢ଼ାଯାଇଥାଏ ବୋଲି ଗୁରୁବାର ମତ ରଖିଥିଲେ ଏମ୍‌ପି ତଥା ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ଏହାର ଜବାବ ରଖିଛନ୍ତି ବିଜେଡି ନେତା ତଥା ପୂର୍ବତନ ଆଇପିଏସ୍‌ ଅରୂପ ପଟ୍ଟନାୟକ। ସେ କହିଛନ୍ତି, ମୁଁ ତ ଆଇଏଏସ୍‌/ଆଇପିଏସ୍‌ ଟ୍ରେନିଂ ବେଳେ ଯାହା ହୁଏ ସବୁ ଜାଣିଛି। ସେଠାରେ ଆମେ ଲେଫ୍ଟ ରାଇଟ୍‌ ଶିଖିଥାଉ। ହେଲେ ଲୋକଙ୍କୁ କିଭଳି ହ୍ୟାଣ୍ଡେଲ କରାଯିବ ଟ୍ରେନିଂ ଦିଆଯାଏନାହିଁ। ସେ ଭଦ୍ର ମହିଳା ଟ୍ରେନିଂରେ ‘୫-ଟି’ ଶିଖିଥିବେ। ମୁଁ କିନ୍ତୁ ଟ୍ରେନିଂରେ କେବଳ ପରେଡ ଶିଖିଛି। ସେ ଯେବେ ମୁଖ୍ୟମନ୍ତ୍ରୀ ହେବେ ଏହାକୁ ବାତିଲ କରିଦେବେ। ମନ୍ତ୍ରୀ, ବିଧାୟକ ସମସ୍ତେ ସେବକ। ପବ୍ଲିକ୍‌ ଲାଇଫ୍‌ରେ କାହାର ପାଓ୍ବାର ଦରକାର ନାହିଁ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ରେଳବାଇ ଷ୍ଟାଡିୟମରେ ଆୟୋଜିତ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା କଟାକ୍ଷ କରି କହଥିଲେ, ଏହା ଏକ ଅଭିନବ ପଦକ୍ଷେପ ନୁହେଁ। ଏହା ବହୁତ ପୁରୁଣା କଥା। ଶାସନର ୨୦ବର୍ଷ ପରେ ଏହାକୁ କାହିଁକି ଅଣାଗଲା। ଏହି ୨୦ ବର୍ଷ ଶାସନରେ କ’ଣ ୫-ଟି ସରକାରରେ ନ ଥିଲା କି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାଛଡ଼ା ଏହାକୁ ଅଲଗା ବିଭାଗ କରି ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦେବା ଠିକ୍‌ ନୁହେଁ। ଏହାଦ୍ୱାରା ଅନ୍ୟ ବିଭାଗଗୁଡ଼ିକ ଦୁର୍ବଳ ହୋଇଯିବ। ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ୫-ଟି ସମ୍ପର୍କରେ ପାଠ ପଢ଼ାଯାଇଥାଏ। ଏଣୁ ଏହା ସୁଶାସନ ନୁହେଁ ବରଂ ଏହା ମନ୍ତ୍ରୀ ଏବଂ ସଚିବଙ୍କ ଗାରିମା ଉପରେ ପ୍ରଶ୍ନ ବୋଲି କହିବା ସହ ରାଜ୍ୟ ସରକାରଙ୍କ ଏହି ଯୋଜନା ସୁଶାସନ ଆଣିପାରିବ ବୋଲି ସେ ଭାବୁ ନ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱରଳ,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri