ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର ନୀଳଚକ୍ରରେ ବାନା ବନ୍ଧା ସମୟ ପରିବର୍ତ୍ତନ କରାଯାଇଛି। ଏଣିକି ପ୍ରତିଦିନ ଅପରାହ୍ନ ୪ଟାରେ ବାନା ବନ୍ଧାଯିବ। ଚୂନରା ସେବକମାନେ ଅପରାହ୍ନ ୩ଟାରେ ଶ୍ରୀମନ୍ଦିର ଚୂଡ଼ାକୁ ଚଢି ୪ଟାରେ ବାନା ବାନ୍ଧିବେ ବୋଲି ସ୍ଥିର ହୋଇଛି।
ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତ୍ୟହ ବାନା ବନ୍ଧାଯାଇଥାଏ। ଗ୍ରୀଷ୍ମଦିନେ ଅପରାହ୍ନ ୪ଟାରେ ଚୂନରା ସେବକମାନେ ଶ୍ରୀମନ୍ଦିର ଚୂଡ଼ାରେ ଚଢି ୫ଟାରେ ବାନା ବାନ୍ଧିଥାନ୍ତି। ସେହିପରି ଶୀତଦିନେ ଅପରାହ୍ନ ୩ଟାରେ ଚଢି ୪ଟାରେ ବାନା ବାନ୍ଧିଥାନ୍ତି। ସୂର୍ଯ୍ୟାସ୍ତକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥାଏ। ଏ ସମ୍ପର୍କରେ ଚୁନରା ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଶୀତଋତୁ ଯୋଗୁ ଶୀଘ୍ର ସନ୍ଧ୍ୟା ହୋଇଯିବ। ତେଣୁ ଗୁରୁବାରଠାରୁ ଅପରାହ୍ନ ୪ଟାରେ ବାନା ବନ୍ଧାଯିବା ଆରମ୍ଭ ହୋଇଛି। ଏହି ସମୟ ଆସନ୍ତା ଫେବୃୟାରୀ ଶେଷ ପର୍ଯ୍ୟନ୍ତ ରହିବ। ଏହାପରେ ପୁନଶ୍ଚ ସମୟ ପରିବର୍ତ୍ତନ ହୋଇ ୫ଟାରେ ବାନା ବନ୍ଧାଯିବ। ସେହିପରି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି, ଅଦ୍ୟାବଧି ଅପରାହ୍ନ ୪ଟା ସୁଦ୍ଧା ଭକ୍ତମାନେ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟରେ ଧ୍ୱଜା ଦାଖଲ କରୁଥିଲେ। ମାତ୍ର ଶୁକ୍ରବାରଠାରୁ ଅପରାହ୍ନ ୩ଟା ସୁଦ୍ଧା ଧ୍ୱଜା ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri