Posted inଜାତୀୟ

ଅପରେଶନ୍‌ ଅଲ୍‌ଆଉଟ୍‌: ହିଟ୍‌ ଲିଷ୍ଟ୍‌ରେ ୧୦ ଆତଙ୍କବାଦୀ

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଇବା ପାଇଁ ନୂଆ ସରକାର ଆରମ୍ଭ କରିଛନ୍ତି ଯୋଜନା। ଏହି ମର୍ମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଧ୍ୟ ହୋଇଛି। ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ୧୦ ଆତଙ୍କବାଦୀଙ୍କ ହିଟ୍‌ ଲିଷ୍ଟ ପ୍ରସ୍ତୁତ କରାଯାଇଛି। ଲିଷ୍ଟ୍‌ରେ ବନ୍ଦିପୋରା ବାସିନ୍ଦା ରିୟାଜ ନାଇକୁ ଓରଫ ମହମ୍ମଦ ବିନ୍‌ କାସିମ୍‌ଙ୍କ ନାମ ରହିଛି। ସେ ୨୦୧୦ଠାରୁ ଆତଙ୍କବାଦୀ ସଂଗଠନରେ ସାମିଲ ହୋଇଛନ୍ତି। ସେହିପରି ଏଥିରେ ଲଶ୍କର-ଇ-ତୋଏବାର ଶୋପିଆନ୍‌ ଜିଲା କମାଣ୍ଡର ବସିମ୍‌ ଅହମ୍ମଦ ଓରଫ ଓସାମାଙ୍କ ନାମ ରହିଛି। ସେହିପରି ଅନନ୍ତନାଗ ବାସିନ୍ଦା ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ମହମ୍ମଦ ଅଶରଫ ଖାଁ ଓରଫ ଅଶରଫ ମୌଲବୀଙ୍କ ନାମ ରହିଛି। ହିଟ୍‌ ଲିଷ୍ଟରେ ହିଜବୁଲ୍‌ ମୁଜାହିଦ୍ଦିନ୍‌ ବାରମୁଳା ଜିଲା କମାଣ୍ଡର ମେହରାଜୁଦ୍ଦିନ୍‌ଙ୍କ ନାମ ରହିଛି। ସେହିପରି ଏଥିରେ ଶ୍ରୀନରଗର ବାସିନ୍ଦ ହିଜ୍‌ବୁଲ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ଡ. ଶୈଫୁଲା, ପୁଲଓ୍ବାମାର ଅଶରଦ୍‌ ଉଲ୍‌ ହକ୍‌ଙ୍କ ନାମ ରହିଛି। ସେହିପରି ପାକିସ୍ତାନର ବାଲାକୋଟରେ ତାଲିମ୍‌ ନେଇ ଭାରତ ଆସିଥିବା ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ଜାହିଦ୍‌ ଶେଖଙ୍କ ନାମ ଅଛି। ଏଥିରେ ଉତ୍ତର କଶ୍ମୀର ଅଲ୍‌ ବଦର ସଂଗଠନ ଭିଭିଜିନାଲ କମାଣ୍ଡର ଜାଭେଦ ମଟ୍ଟୁ ଏବଂ କୁପଓ୍ବାରାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ଏଜାଜ୍‌ ମହମ୍ମଦ ମାଲିକ୍‌ଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri