ଅପହରଣ କରି ୩ଲକ୍ଷ ଦାବି, ଅପହର୍ତ୍ତାଙ୍କୁ ଉଦ୍ଧାର କଲା ପୋଲିସ

ଜଗନ୍ନାଥପ୍ରସାଦ,୧୩ା୬(ଡି.ଏନ୍‌.ଏ.)- ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୩ ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ। ପୋଲିସ ଅପହରଣକାରୀଙ୍କ ଉଦ୍ୟମକୁ ପଣ୍ଡ କରିବା ସହ ଅପହର୍ତ୍ତାଙ୍କୁ ଉଦ୍ଧାର କରିଛି।୧୧ ତାରିଖ ସକାଳେ ପଞ୍ଚଭୂତି ଗ୍ରାମ ବେଗୁନିଆର ଶଙ୍କର ନାଇକ ଉକ୍ତ ଗ୍ରାମର ରମେଶ ଚନ୍ଦ୍ର ସାହୁଙ୍କୁ ଫୋନ୍‌ କରି ଏକ ପୁରୁଣା ମାମଲାର ଆପୋଷ ସମାଧାନ ପାଇଁ ଭଞ୍ଜନଗର ଡାକିଥିଲେ। ରମେଶ ପୁଅ ଜଗନ୍ନାଥ ଓ ଗ୍ରାମର ହାଡୁବନ୍ଧୁ ସାହୁଙ୍କ ଧରି ଭଞ୍ଜନଗର ପୁରୁଣା ବସ୍‌ଷ୍ଟାଣ୍ଡରେ ପହଞ୍ଚତ୍ଥିଲେ। ସେଠାରେ ୨ଜଣ ଯୁବକ ଶଙ୍କରର ଲୋକ ବୋଲି କହି କୁଲାଡ଼ ବାଗ୍‌ଦେବି ଗ୍ରାମ ଅଭିମୁଖେ ନେଇଥିଲେ। ବାଟରେ ବାଲିଆପଟା ଜଙ୍ଗଲ ରାସ୍ତାରେ ବାଇକ୍‌ ରଖି ସାଙ୍ଗରେ ଯାଇଥିବା ହାଡୁବନ୍ଧୁଙ୍କୁ ସେଠାରେ ଅପେକ୍ଷା କରିବାକୁ କହି ରମେଶ ଓ ପୁଅ ଜଗନ୍ନାଥଙ୍କୁ ଜଙ୍ଗଲ ଭିତରକୁ ନେଇଥିଲେ। ସେଠାରେ ଶଙ୍କର ଓ ତାଙ୍କ ସାଥୀମାନେ ବାପ-ପୁଅଙ୍କୁ ମାଡ ମାରିଥିଲେ। ପରେ ରମେଶଙ୍କୁ ମୁଣ୍ଡ ଜାମିନ ରଖି ୩ ଲକ୍ଷ ଟଙ୍କା ଆଣି ବାପାଙ୍କୁ ନେଇଯିବାକୁ ଜଗନ୍ନାଥକୁ କହିଥିଲେ। ଜଗନ୍ନାଥ ଓ ହାଡୁବନ୍ଧୁ ଘରକୁ ଫେରିଥିଲେ। ଟଙ୍କା ପାଇଁ ଜଗନ୍ନାଥଙ୍କ ମା’ ଭାଇମାନଙ୍କୁ ଫୋନ୍‌ କରିଥିଲେ। ସେମାନେ ଏନେଇ ଥାନା ଅଧିକାରୀ ଯୁବରାଜ ସ୍ବାଇଁଙ୍କୁ ଜଣାଇଥିଲେ। ଏନେଇ ସେ ଭଞ୍ଜନଗର ଏସ୍‌ଡିପିଓଙ୍କୁ ଜଣାଇବା ସହ ନିକଟସ୍ଥ ଥାନା ଅଧିକାରୀଙ୍କ ସହଯୋଗ ଲୋଡିଥିଲେ। ପରେ ଥାନା ଅଧିକାରୀଙ୍କ ପରାମର୍ଶ କ୍ରମେ ଜଗନ୍ନାଥ ଟଙ୍କାଦେବାକୁ ଘଟଣାସ୍ଥଳକୁ ଯାଇଥିଲେ। ଟଙ୍କା ଦେବାବେଳେ ପୋଲିସ ଚଢାଉ କରି ବାରୁଡା ଗ୍ରାମର ଆଲୋକ ସାହୁ ଓ ଶିବ ପ୍ରଧାନଙ୍କୁ କାବୁ କରିଥିଲା। ମାତ୍ର ମୁଖ୍ୟ ଅଭିଯୁକ୍ତ ଶଙ୍କର ଖସି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri