ଜଗନ୍ନାଥପ୍ରସାଦ,୧୩ା୬(ଡି.ଏନ୍.ଏ.)- ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୩ ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ। ପୋଲିସ ଅପହରଣକାରୀଙ୍କ ଉଦ୍ୟମକୁ ପଣ୍ଡ କରିବା ସହ ଅପହର୍ତ୍ତାଙ୍କୁ ଉଦ୍ଧାର କରିଛି।୧୧ ତାରିଖ ସକାଳେ ପଞ୍ଚଭୂତି ଗ୍ରାମ ବେଗୁନିଆର ଶଙ୍କର ନାଇକ ଉକ୍ତ ଗ୍ରାମର ରମେଶ ଚନ୍ଦ୍ର ସାହୁଙ୍କୁ ଫୋନ୍ କରି ଏକ ପୁରୁଣା ମାମଲାର ଆପୋଷ ସମାଧାନ ପାଇଁ ଭଞ୍ଜନଗର ଡାକିଥିଲେ। ରମେଶ ପୁଅ ଜଗନ୍ନାଥ ଓ ଗ୍ରାମର ହାଡୁବନ୍ଧୁ ସାହୁଙ୍କ ଧରି ଭଞ୍ଜନଗର ପୁରୁଣା ବସ୍ଷ୍ଟାଣ୍ଡରେ ପହଞ୍ଚତ୍ଥିଲେ। ସେଠାରେ ୨ଜଣ ଯୁବକ ଶଙ୍କରର ଲୋକ ବୋଲି କହି କୁଲାଡ଼ ବାଗ୍ଦେବି ଗ୍ରାମ ଅଭିମୁଖେ ନେଇଥିଲେ। ବାଟରେ ବାଲିଆପଟା ଜଙ୍ଗଲ ରାସ୍ତାରେ ବାଇକ୍ ରଖି ସାଙ୍ଗରେ ଯାଇଥିବା ହାଡୁବନ୍ଧୁଙ୍କୁ ସେଠାରେ ଅପେକ୍ଷା କରିବାକୁ କହି ରମେଶ ଓ ପୁଅ ଜଗନ୍ନାଥଙ୍କୁ ଜଙ୍ଗଲ ଭିତରକୁ ନେଇଥିଲେ। ସେଠାରେ ଶଙ୍କର ଓ ତାଙ୍କ ସାଥୀମାନେ ବାପ-ପୁଅଙ୍କୁ ମାଡ ମାରିଥିଲେ। ପରେ ରମେଶଙ୍କୁ ମୁଣ୍ଡ ଜାମିନ ରଖି ୩ ଲକ୍ଷ ଟଙ୍କା ଆଣି ବାପାଙ୍କୁ ନେଇଯିବାକୁ ଜଗନ୍ନାଥକୁ କହିଥିଲେ। ଜଗନ୍ନାଥ ଓ ହାଡୁବନ୍ଧୁ ଘରକୁ ଫେରିଥିଲେ। ଟଙ୍କା ପାଇଁ ଜଗନ୍ନାଥଙ୍କ ମା’ ଭାଇମାନଙ୍କୁ ଫୋନ୍ କରିଥିଲେ। ସେମାନେ ଏନେଇ ଥାନା ଅଧିକାରୀ ଯୁବରାଜ ସ୍ବାଇଁଙ୍କୁ ଜଣାଇଥିଲେ। ଏନେଇ ସେ ଭଞ୍ଜନଗର ଏସ୍ଡିପିଓଙ୍କୁ ଜଣାଇବା ସହ ନିକଟସ୍ଥ ଥାନା ଅଧିକାରୀଙ୍କ ସହଯୋଗ ଲୋଡିଥିଲେ। ପରେ ଥାନା ଅଧିକାରୀଙ୍କ ପରାମର୍ଶ କ୍ରମେ ଜଗନ୍ନାଥ ଟଙ୍କାଦେବାକୁ ଘଟଣାସ୍ଥଳକୁ ଯାଇଥିଲେ। ଟଙ୍କା ଦେବାବେଳେ ପୋଲିସ ଚଢାଉ କରି ବାରୁଡା ଗ୍ରାମର ଆଲୋକ ସାହୁ ଓ ଶିବ ପ୍ରଧାନଙ୍କୁ କାବୁ କରିଥିଲା। ମାତ୍ର ମୁଖ୍ୟ ଅଭିଯୁକ୍ତ ଶଙ୍କର ଖସି ପଳାଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା
କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍ ଛାଡ଼ି…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…
ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ
ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…
ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…
ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…
କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…
ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍, ଆଉ ତା’ପରେ…
ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…
Archives

