ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଅଭିଯୁକ୍ତ ଯୁବକ ହେଲେ ବାଲିଅନ୍ତା ଥାନା ଅନ୍ତର୍ଗତ ଅଣ୍ଡିଲୋ ଗ୍ରାମର ସୋମ୍ୟରଞ୍ଜନ ଭୋଇ ଓରଫ ନିଲୁ(୨୪)। ଏ ସଂକ୍ରାନ୍ତରେ ନାବାଳିକାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ଓଲଟପୁର ଥାନା କେଶ ନଂ. ୮୯/୧୯ରେ ମାମଲା ରୁଜୁକରି ତଦନ୍ତ ଚାଲୁରଖିଛି।
ସୂଚନାନୁଯାୟୀ, ନାବାଳିକାଙ୍କ ଘର ବାଲିଅନ୍ତା ଥାନା ଅଞ୍ଚଳରେ ହୋଇଥିବାବେଳେ ସେ ଓଲଟପୁର ଥାନାସ୍ଥିତ ଏକ କଲେଜରେ ପାଠ ପଢ଼ୁଥିଲେ। ଗତମାସ ୨୯ ତାରିଖରେ ସେ କଲେଜକୁ ଆସି ଘରକୁ ନ ଫେରିବାରୁ ପରିବାର ଲୋକ ଏ ସମ୍ପର୍କରେ ଓଲଟପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଶୁକ୍ରବାର ବାଲିଅନ୍ତା ଥାନାସ୍ଥିତ ଅଣ୍ଡିଲୋ ଗ୍ରାମରୁ ଅଭିଯୁକ୍ତଙ୍କୁ କାବୁ କରିଥିବା ବେଳେ ଅଭିଯୁକ୍ତଙ୍କ ଭିଣୋଇ ଘରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri