ଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାର

ହାଟଡ଼ିହୀ, ୧।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗୁହାଳଗଢ଼ିଆ ଅଞ୍ଚଳରେ ଜଣେ ୧୫ ବର୍ଷିଆ ନାବାଳିକା ଜୁଲାଇ ୨୦ ତାରିଖ ନିଖୋଜ ହୋଇଯାଇଥିଲେ। ପରିବାର ପକ୍ଷରୁ ଏନେଇ ୨୨ ତାରିଖରେ ନନ୍ଦିପଦା ଥାନାରେ ଅଭିଯୋଗ ହୋଇଥିଲା ା ପୋଲିସ ଏକ ଅପହରଣ ମାମଲା (ନଂ ୫୭/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। କିନ୍ତୁ ୭ ଦିନ ବିତିଯାଇଥିଲେ ପୋଲିସ ନାବାଳିକାଙ୍କ କୌଣସି ପତ୍ତା ପାଇ ନ ଥିଲା। କିନ୍ତୁ ବୁଧବାର ସମ୍ପୃକ୍ତା ନାବାଳିକାଙ୍କ ବିବାହ ଆମ୍ବୋ ଅଞ୍ଚଳରେ ହେଉଥିବା ଖବରପାଇ ଆନନ୍ଦପୁର ଚାଇଲ୍ଡ ଲାଇନର କର୍ମକର୍ତ୍ତା ନନ୍ଦିପଦା ଥାନାରେ ପହଞ୍ଚି ଏ ସଂକ୍ରାନ୍ତରେ ପୋଲିସକୁ ଅବଗତ କରିଥିଲେ। ନନ୍ଦିପଦା ପୋଲିସ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତା ସେଠାରେ ପହଞ୍ଚିଲା ବେଳକୁ ଅପହରଣକାରୀ ନାବାଳିକାଙ୍କୁ ନେଇ ନିଜ ଘରୁ ଫେରାର ହୋଇଯାଇଥିଲେ। ଫଳରେ ବିବାହ ବନ୍ଦ ହୋଇଯାଇଥିଲା। ହେଲେ ପୋଲିସ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତା ଖାଲି ହାତରେ ଫେରିଥିଲେ। ନାବାଳିକାଙ୍କୁ ଉଦ୍ଧାର ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ଗତ ୩ ମାସ ତଳେ ମଧୁରଗଢ଼ିଆ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା ା ପୋଲିସ ସମ୍ପୃକ୍ତା ଛାତ୍ରୀଙ୍କୁ ଠାବ କରିବାରେ ବିଫଳ ହେବାରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି ା ହାଇକୋର୍ଟ ଅଗଷ୍ଟ ୨ ତାରିଖ ସୁଦ୍ଧା ସମ୍ପୃକ୍ତା ଛାତ୍ରୀଙ୍କୁ ଠାବ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ପୋଲିସ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri