ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର ବିଧାୟକ ହେଲିଣି। ଭୁବନେଶ୍ୱରର ଅତିଥି ଭବନରେ ରହିବା ପାଇଁ ଗୃହ ବିଭାଗ ଅତିରିକ୍ତ ସଚିବଙ୍କୁ ଦେଖାକଲି। ସେ ମୋତେ ଖାତିର କଲେ ନାହିଁ। ଏଭଳି ଆବେଗ ଭରା କଣ୍ଠରେ ଶୁକ୍ରବାର ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବିରୋଧୀ ଦଳ ସଚେତକ ମୋହନ ଚରଣ ମାଝି। ବିଧାୟକ ହେବା ପରେ ଭୁବନେଶ୍ୱରରେ ରହିବା ପାଇଁ ତାଙ୍କୁ ଏ ପର୍ଯ୍ୟନ୍ତ ସରକାରୀ କ୍ୱାର୍ଟର୍ସ ମିଳିନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।
ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଲେ ଯେ, ସଚିବାଳୟ ଓ ବିଧାନସଭାର ଆଖପାଖ ଅଞ୍ଚଳକୁ ଭିଭିଆଇପି ଏରିଆ ବୋଲି କୁହାଯାଉଛି। ମାତ୍ର ଏଠାରେ ଦିନ ଦୁଇପ୍ରହରରେ ଚୋରି ଡକାୟତି ହେଉଛି। ମୁଁ ଯେତେବେଳେ ପ୍ରଥମକରି ବିଧାୟକ ହୋଇଥିଲି ସେତେବେଳେ ମୋ କ୍ୱାର୍ଟର୍ସରୁ ଦୈନିକ ଚୋରି ହୁଏ। ବିଧାନସଭା ଚାଲିଥିବାବେଳେ ମୋତେ ଘର କିମ୍ବା ଅତିଥିଭବନ ମିଳିନାହିଁ। ଆଜି ମୁଁ ଫୁଟ୍‌ପାଥରେ ରହୁଛି। ମୋ ବ୍ୟକ୍ତିଗତ ସଚିବଙ୍କଠାରୁ ମଧ୍ୟାହ୍ନ ୧୨ଟାରେ ଛୁରିମାରି ଦୁର୍ବୃତ୍ତମାନେ କାଗଜପତ୍ର ଛଡ଼ାଇ ନେଇଗଲେ ବୋଲି ମାଝି କହିଛନ୍ତି। ଘର ଖଣ୍ଡେ ପାଇଁ ସେ କିପରି ହୀନସ୍ତା ହେଉଛନ୍ତି ତାହା ବଖାଣିଥିଲେ। ମୋହନଙ୍କ ଏପରି ଅବସ୍ଥା ଦେଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଥିଲେ, ଗୃହକାର୍ଯ୍ୟ ଶେଷ ହେବା ପରେ ମୋ ଚାମ୍ବରକୁ ଆସନ୍ତୁ। ଯାହା ସମସ୍ୟା ରହିଛି ସମାଧାନ କରିଦେବା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri