ଅବକାରୀ, ବନ ବିଭାଗର ମିଳିତ ଚଢ଼ାଉ: ୧୫ଶହରୁ ଊର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ

ଛେଣ୍ଡିପଦା,୩୦।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଚାଙ୍ଗୁଡିଆ ପଞ୍ଚାୟତର କଙ୍କୁରପାଳ ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ଓ ବନ ବିଭାଗର ମିଳିତ ଚଢ଼ାଉରେ ଉକ୍ତ ଗ୍ରାମ ନିକଟସ୍ଥ ଓହ୍ଲାଣି ନାଳ ପାର୍ଶ୍ୱରେ ଚାଷ ହୋଇଥିବା ୧୫ଶହରୁ ଊର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ କରାଯାଇଥିଲା। କୌଣସି ସୂତ୍ରରୁ ଖବରପାଇ ବନ ଓ ଅବକାରୀ ବିଭାଗ ସକାଳୁ ଚଢ଼ାଉ କରିଥିଲେ। ଅବକାରୀ ଏସ୍‌ପି ସୁରେଶ ଚନ୍ଦ୍ର ନାୟକଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଅବକାରୀ ଡିଏସ୍‌ପି କ୍ରିଷ୍ଣା ନାୟକଙ୍କ ନେତୃତ୍ୱରେ ଅବକାରୀ ଇନ୍ସପେକ୍ଟର କରୁଣା ଶଙ୍କର ତିୱାରୀ, ଦିଲୀପ କୁମାର ବେହେରା, ଅରବିନ୍ଦ ରାଉତରାୟ ପ୍ରମୁଖଙ୍କ ସହ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ ଓ ଅବକାରୀ ବିଭାଗର କର୍ମଚାରୀମାନେ ଚଢ଼ାଉ କରି ଗଞ୍ଜେଇ ଗଛଗୁଡ଼ିକୁ କାଟି ସଫା କରିଥିଲେ । ପରେ ଏହାକୁ ଏକ ସୁରକ୍ଷିତ ସ୍ଥାନରେ ନିଅଁା ଲଗାଇ ପୋଡ଼ି ଦିଆଯାଇଥିଲା। ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଏସ୍‌ପି ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri