ଅବଧି ସରିଛି, ରିଫିଲ ହେଉନି

ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହାର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ କୌଣସି ସମୟରେ ଦୁର୍ଘଟଣା ଘଟିଲେ ଏହାକୁ ଆୟତ୍ତ କରାଯିବା କଷ୍ଟକର ହୋଇପଡିବ ବୋଲି ରୋଗୀ ତଥା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଶଙ୍କା ଦେଖାଦେଇଛି। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଅଗ୍ନି ନିର୍ବାପକ ବ୍ୟବସ୍ଥା କରାଯାଇଥିଲେ ହେଁ କାମ ନେଇଥିବା ଏକ ସଂସ୍ଥା ଠିକ୍‌ ଭାବେ ଦାୟିତ୍ୱ ତୁଲାଉ ନ ଥିବା ଅଭିଯୋଗ ହୋଇଛି।
ପାଲଲହଡ଼ା ଡାକ୍ତରଖାନା ପରିସରରେ ୨୦ରୁ ଅଧିକ ଅଗ୍ନି ନିର୍ବାପକ ଯନ୍ତ୍ର ଖଞ୍ଜା ଯାଇଛି। ଅଭିଯୋଗ ମୁତାବକ, ଗତ ଜାନୁୟରୀରୁ ଏଗୁଡିକର ବୈଧତା ଶେଷ ହୋଇଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ଏହାକୁ ରିଫିଲ କରାଯାଇନାହିଁ। ବାର୍ଷିକ ଏ ବାବଦ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ସମ୍ପୃକ୍ତ ସଂସ୍ଥା ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ଉପଖଣ୍ଡ ଅଗ୍ନିଶମ ଅଧିକାରୀ ଲକ୍ଷ୍ମୀକାନ୍ତ ଥାପ୍ପାଙ୍କୁ ପଚାରିବାରେ କହିଛନ୍ତି, ଅଗ୍ନି ନିର୍ବାପକ ଯନ୍ତ୍ରଗୁଡିକ ବର୍ଷକୁ ଥରେ ରିଫିଲ କରାଯିବା କଥା। ଯଦି ସେମିତି ହେଉ ନ ଥାଏ ତେବେ ଏ ନେଇ ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରାଯିବ। ଉପଖଣ୍ଡ ଚିକିତ୍ସା ଅଧିକାରୀ ଡା. ଜୟକୃଷ୍ଣ ନାୟକ କହିଛନ୍ତି, ଦାୟିତ୍ୱ ନେଇଥିବା ସଂସ୍ଥାକୁ ଶୀଘ୍ର ରିଫିଲ କରାଯିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri