Posted inଖେଳ

ଅବସର ମ୍ୟାଚ୍‌ରେ ମାସାକାଡ୍‌ଜାଙ୍କ ବିସ୍ଫୋରକ ବ୍ୟାଟିଂ

ଚାଟୋଗ୍ରାମ,୨୧।୯: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିବା ଜିମ୍ବାଓ୍ବେ ଦଳର ଅଧିନାୟକ ହାମିଲଟନ ମାସାକାଡ୍‌ଜା କ୍ୟାରିୟରର ଅନ୍ତିମ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସେ ୪୨ ବଲରୁ ୭୧ ରନ୍‌ର ଇନିଂସ ଖେଳିଥିଲେ। ଅନ୍ତିମ ଅନ୍ତର୍ଜାତୀୟ ଇନିଂସରେ ଥିଲା ୫ ଛକା ଓ ୪ ଚୌକା। ଏଭଳି ବ୍ୟାଟିଂ ଯୋଗୁ ଜିମ୍ବାଓ୍ବେ ଦଳ ଏଠାରେ ଖେଳାଯାଇଥିବା ଆଫଗାନିସ୍ତାନକୁ ୭ ଉଇକେଟରେ ହରାଇ ଦେଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ଧାର୍ଯ୍ୟ ୨୦ ଓଭରରେ ୮ ଉଇକେଟ ହରାଇ ୧୫୫ ରନ୍‌ କରିଥିଲା। ଓପନର ରହମାନୁଲା ଗୁର୍ବାଜ ୬୧ ଓ ହଜାରୁତୁଲା ଜାଜାଇ ୩୧ ରନ୍‌ କରିଥିଲେ। ଜିମ୍ବାଓ୍ବେ ପକ୍ଷରୁ କ୍ରିସ୍‌ ଏମ୍‌ପୋଫୁ ୪ ଓ ତିନୋତେଣ୍ଡା ମୁଟୋମ୍‌ବୋଜି ୨ ଉଇକେଟ ନେଇଥିଲା। ପରେ ଜିମ୍ବାଓ୍ବେ ଦଳର ଅଧିନାୟକ ମାସାକାଡ୍‌ଜା ବ୍ୟାଟିଂ କରିବା ପାଇଁ କ୍ରିଜ୍‌କୁ ଓହ୍ଲାଇଲାବାବେଳେ ତାଙ୍କୁ ଦଳର ସାଥୀ ଖେଳାଳିମାନେ ଗାର୍ଡ ଅଫ୍‌ ଅନର ଦେଇଥିଲେ। ମାସାକାଡ୍‌ଜାଙ୍କ ୭୧, ରେଗିସ ଚାକାବ୍‌ଭାଙ୍କ ୩୯ ଓ ସିନ ଓ୍ବିଲିୟମ୍ସଙ୍କ ଅପରାଜିତ ୨୧ ରନ୍‌ର ଇନିଂସ ଯୋଗୁ ଦଳ ୩ ବଲ ପୂର୍ବରୁ ମ୍ୟାଚ୍‌ ଜିତି ନେଇଥିଲା। ଏହା ଜିମ୍ବାଓ୍ବେ ଦଳର ଚଳିତ ତ୍ରିରାଷ୍ଟ୍ରୀୟ ସିରିଜ୍‌ରେ ପ୍ରଥମ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri