ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ କରିଛି। ଶୁକ୍ରବାର ସଂଘ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ଅଫିସ୍‌କୁ ଘେରାଉ କରାଯାଇ ଧାରଣା ଦିଆଯାଇଥିଲା। ଅପରାହ୍ନ ୨ଟା ପର୍ଯ୍ୟନ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଫିସ ଭିତରକୁ କୌଣସି କର୍ମଚାରୀ କିମ୍ବା ଜନସାଧାରଣ ପ୍ରବେଶ କରିପାରି ନ ଥିଲେ। ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ରଦ୍ଦ କରାଯିବା ପରେ ସଂଘ ପକ୍ଷରୁ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଜିଲାରେ ହଜାର ହଜାର ଶିକ୍ଷିତ ଏଏନ୍‌ଏମ୍‌ ଛାତ୍ରୀଛାତ୍ରମାନେ ବେକାର ହୋଇ ରହିଛନ୍ତି। ଏନ୍‌ଆର୍‌ଏଚ୍‌ଏମ୍‌ (ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ) ବିଭାଗ ନିର୍ଦ୍ଦେଶ ଅନୁଯାୟୀ ଜିଲା ଅଧିକାରୀ ପାରାମେଡିକାଲ ପଦବୀ ପାଇଁ ଅବସର ଗ୍ରହଣ କରିଥିବା ୬୦ରୁ ୭୦ବର୍ଷ ବୟସ ଆବେଦନକାରୀଙ୍କୁ ପୁନଃ ନିଯୁକ୍ତି ଦେବା ପାଇଁ ଗତ ୧୪ତାରିଖରେ ବିଜ୍ଞାପନ ପ୍ରକାଶ କରିଥିଲେ। ଶୁକ୍ରବାର ପୁନଃ ନିଯୁକ୍ତି ପାଇଁ ପ୍ରକ୍ରିୟା ଜାରି ରହିଥିବା ଜାଣି ପାରି ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ଏହାର ପ୍ରତିବାଦ କରି ଧାରଣା ଦେଇଥିଲା। ୨୦୦୬ରୁ ୨୦୧୮ ପର୍ଯ୍ୟନ୍ତ ଜିଲାର ହଜାର ହଜାର ଏଏନ୍‌୍‌ଏମ୍‌ ଛାତ୍ରୀଛାତ୍ର ନିଯୁକ୍ତି ପାଇବା ଅପେକ୍ଷାରେ ଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଏପରି ନିଯୁକ୍ତି ନୀତିକୁ ବିରୋଧ କରାଯାଇଥିଲା। ସଂଘର ରାଜ୍ୟ ସଭାପତି ପାର୍ଥସାରଥି ଜେନାଙ୍କ ନେତୃତ୍ୱରେ ଜୟନ୍ତୀ ପାଣିଗ୍ରାହୀ, ମାନସୀ ସିଂହଳ, ଶିଖା ଚନ୍ଦ୍ରିକା, ମଧୁସ୍ମିତା ବିଶ୍ୱାଳ, ଶୁଭସ୍ମିତା ମହାନ୍ତି, ଜୟନ୍ତୀ ରାଉତ, ସ୍ବାଗତିକା ମଲ୍ଲିକ, ବୃନ୍ଦାବତୀ ବେହେରା, ସୁଚିସ୍ମିତା ଦାସ, କୃଷ୍ଣପ୍ରିୟା ସିଂ ଓ ଅନୁପମା ଦାସ ପ୍ରମୁଖ ସାମିଲ ଥିଲେ। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଛୋଟରାୟ ସାକ୍ଷାତ୍‌କାର ରଦ୍ଦ କରିବା ପରେ ଏଏନ୍‌ଏମ୍‌ ଛାତ୍ରୀମାନେ ଧାରଣାରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri