ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ

ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ଶବ ନ ଛାଡ଼ି କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି। ଘଟଣାସ୍ଥଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପଦ୍ମଲୋଚନ ପଣ୍ଡା, ତହସିଲଦାର ରବିନାରାୟଣ ସାହୁ, ମାର୍କୋଣା ସରପଞ୍ଚ ସାରସୀ ମହାନ୍ତି, ଥାନା ଅଧିକାରୀ ସଞ୍ଜୟ କୁମାର ପରିଡ଼ା ପ୍ରମୁଖ ପହଞ୍ଚତ୍ ଆଲୋଚନା କରିଥିଲେ।
କ୍ଷୀରାକୋଣା ପଞ୍ଚାୟତ ନରଣପୁର ଅଞ୍ଚଳର ରମେଶ ମଲିକଙ୍କ ଝିଅ ଲତା ସ୍ଥାନୀୟ କ୍ଷୀରକୋଣା କଲେଜରେ ଯୁକ୍ତ ୨ରେ ପଢ଼ନ୍ତି ା ଗତ ଶୁକ୍ରବାର ବିଳମ୍ବିତ ରାତିରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ପରେ ତାଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର ପାଇଁ ଡାକ୍ତର ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ତାଙ୍କ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଡକାଇଥିଲେ। ତେବେ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ କରିଥିଲା। ଘରୋଇ ଆମ୍ବୁଲାନ୍ସରେ ଅସୁସ୍ଥ ଲତାଙ୍କୁ ନେଇଯିବା ପାଇଁ କୁହାଯାଇଥିଲେ ହେଁ କୌଣସି ପୁରୁଷ ଲୋକ ନ ଥିବା ଦର୍ଶାଇ ପରିବାର ଲୋକେ ବିଳମ୍ବ କରିଥିଲେ। ଶନିବାର ସକାଳ ପର୍ଯ୍ୟନ୍ତ ତାଙ୍କ ସ୍ବାସ୍ଥ୍ୟରେ କୌଣସି ପରିବର୍ତ୍ତନ ନ ହେବାରୁ ସକାଳ ୯ଟାରେ ତାଙ୍କର ମୃତ୍ୟୁ ହୋଇଥିବା ଡା. ସୁବାଷ ଦାସ କହିଛନ୍ତି। ଘଟଣାସ୍ଥଳରେ ତହସିଲଦାର ପହଞ୍ଚତ୍ ରେଡ଼କ୍ରସ ତରଫରୁ ୧୦ହଜାର ଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ସୂଚନା ଦେଇଥିଲେ। ଅପରପକ୍ଷେ ଖବର ଲେଖାଯିବା ପର୍ଯ୍ୟନ୍ତ ପରିବାର ଲୋକେ ଡାକ୍ତରଙ୍କଠାରୁ କ୍ଷତିପୂରଣ ଦାବିରେ ଅଡ଼ି ବସିଥିଲେ। ପ୍ରକାଶ ଯେ, ମୃତ ଲତାଙ୍କ ବାପା ଓ ଭାଇ ବାହାର ରାଜ୍ୟରେ କାମ କରନ୍ତି। ଡାକ୍ତରଖାନା ପକ୍ଷରୁ ତାଙ୍କୁ ଭଦ୍ରକ କାହିଁକି ପଠାଗଲାନି ବୋଲି ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri