ମହାକାଳପଡ଼ା, ୧।୧୦ (ଡି.ଏନ୍.ଏ.): ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣୀ ପଞ୍ଚାୟତର ଆଦିବାସୀଡ଼ା ସିଂପଡା ଗ୍ରାମକୁ ଯିବାଆସିବା ପାଇଁ ପକ୍କା ରାସ୍ତା ନ ଥିବାରୁ ଲୋକମାନେ ନାନା ସମସ୍ୟା ଭୋଗୁଛନ୍ତି। ବର୍ଷ ତମାମ ଗ୍ରାମବାସୀ ଅସୁବିଧା ଭୋଗୁଥିବା ବେଳେ ବର୍ଷାଦିନେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ଗାଁ ବାହାରକୁ ଯିବାକୁ ହେଲେ ଲୋକଙ୍କୁ ଅଣ୍ଟାଏ ପାଣିରେ ପଶି ମୁଖ୍ୟରାସ୍ତାକୁ ଯିବାକୁ ପଡ଼ୁଛି। ଏହି ଗ୍ରାମରେ ୬୫ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଯା’ଆସ ପାଇଁ ସବୁଦିନିଆ ରାସ୍ତାଟିଏ ନିର୍ମାଣ କରାଯାଉ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଗ୍ରାମର ଫଗନ ସିଂ, ରବୀନ୍ଦ୍ର ସିଂ, ନନ୍ଦ ସିଂ, ଚରଣ ସିଂ, ରୁୟା ସିଂ ପ୍ରମୁଖ କହିଛନ୍ତି, ଗ୍ରାମ ରାସ୍ତା ନିର୍ମାଣ ପାଇଁ କେନାଲ ବନ୍ଧଠାରୁ ଲୁଣା ଘେରି ପର୍ଯ୍ୟନ୍ତ ୧.୭ କି.ମି. ରାସ୍ତା ମଧ୍ୟରୁ ୧ କିମି ରାସ୍ତା ଏମ୍ଜିଏନ୍ଆର୍ଇଜିଏସ୍ରେ ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛଇ। ମାତ୍ର ଆଉ ୭ଶହ ମିଟର ରାସ୍ତା ଓ ଏକ କଲଭର୍ଟ ନିର୍ମାଣ ପାଇଁ ଆବଶ୍ୟକ ୫ଲକ୍ଷ ଟଙ୍କା ମଞ୍ଜୁର ହୋଇ ନଥିବାରୁ ରାସ୍ତା କାର୍ଯ୍ୟ ଅଧାରେ ରହିଛି।
ସେହିପରି ନିର୍ବାଚନ ପୂର୍ବରୁ ଏଠାରେ ସିଂପଡ଼ା ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୨ ଲକ୍ଷ ଟଙ୍କା ଅନୁଦାନ ଆସିଥିଲା। ମାତ୍ର ଏବେ ବି ଏହି ଗୋଷ୍ଠୀ କେନ୍ଦ୍ର ନିର୍ମାଣ କେବଳ ଏକ ଫଳକରେ ସୀମିତ ରହିଛି। ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଆଦିବାସୀପଡ଼ା ସିଂପଡ଼ା ଗ୍ରାମ ଅବହେଳିତ ହୋଇରହିଛି। ତୁରନ୍ତ ଏହି ପଡ଼ାକୁ ରାସ୍ତା ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତ। ଏ ସମ୍ପର୍କରେ ବ୍ଲକ ସହକାରୀ ଯନ୍ତ୍ରୀ ମୁଲଲୀଧର ଦାସଙ୍କୁ ପଚାରିବାରେ ଉକ୍ତ ଗ୍ରାମ ରାସ୍ତା ନିର୍ମାଣ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।
ଅବହେଳିତ ଆଦିବାସୀପଡ଼ା: ଅଣ୍ଟାଏ ପାଣିରେ ପଶି ଯା’ଆସ କରୁଛନ୍ତି ସିଂପଡ଼ାବାସୀ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...
Archives


