ଅବ୍ୟବସ୍ଥା ପ୍ରତିବାଦରେ ଆଦିବାସୀ ବିଦ୍ୟାଳୟ ଘେରାଉ

ବାରିପଦା ଅଫିସ,୮।୮- ମୟୂରଭଞ୍ଜ ଜିଲାରେ ଥିବା ଆଦିବାସୀ ଓ ହରିଜନ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆସୁଥିବା ଅନୁଦାନକୁ ଆତ୍ମସାତ କରାଯାଉଛି। ଏଭଳି ଅଭିଯୋଗ ଆଣି ମୟୂରଭଞ୍ଜ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା) ପକ୍ଷରୁ ବୁଧବାର ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିଦ୍ୟାଳୟଗୁଡିକର ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଉଥିବା ବେଳେ ବିଭିନ୍ନ ମୌଳିକ ସୁବିଧା ଯଥା ପାନୀୟଜଳ, ବିଦ୍ୟୁତ, ଖାଇବା ଓ ଅନ୍ୟନ୍ୟ ସୁବିଧାରୁ ବଞ୍ଚିତ କରାଯାଉଛି। ଆସନ୍ତା ୧୫ ଦିନ ମଧ୍ୟରେ ସମସ୍ୟାର ସମାଧାନ ନ ହେଲେ ଏହି କାର୍ଯ୍ୟାଳୟରେ ତାଲାବନ୍ଦ ଆନ୍ଦୋଳନ କରାଯିବ ବୋଲି ମାରିସା ପକ୍ଷରୁ ଚେତବନୀ ଦିଆଯାଇଛି। ଏଥି ସହ ୩ ଦଫା ସମ୍ବଳିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି। ମାରିସାର ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମରେ ରଘୁନାଥ ମୁର୍ମୁ, ସମୀର ଟୁଡୁ, କୁନୁ ମାରାଣ୍ଡିଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri