ଅବ୍ୟବସ୍ଥାରେ ଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ: ୧୨ ଶିକ୍ଷକ ବଦଳରେ ଅଛନ୍ତି ୬

ଚନ୍ଦ୍ରପୁର, ୧୭।୧୨ (ଡି.ଏନ୍‌.ଏ.) – ଗୁଣାତ୍ମକ ଶିକ୍ଷା ପାଇଁ ଅନେକ ସରକାରୀ ଯୋଜନା ରହିଛି। ସେଗୁଡିକର ଫାଇଦା କିନ୍ତୁ ସବୁଠି ମିଳୁନି। କେଉଁଠି ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି ତ କେଉଁଠି ଜରାଜୀର୍ଣ୍ଣ ଶ୍ରେଣୀଗୃହରେ ବିପଦସଙ୍କୁଳଭାବେ ପାଠପଢା ହେଉଛି। ଏଥିସହ ସ୍କୁଲରେ ଅନ୍ୟ ଆନୁଷଙ୍ଗିକ ସୁବିଧା ମଧ୍ୟ ନାହିଁ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ। ୧୯୭୬ରେ ଏହି ସ୍କୁଲ ଉଚ୍ଚ ବିଦ୍ୟାଳୟର ମାନ୍ୟତା ପାଇଛି। କିନ୍ତୁ ଏଯାବତ୍‌ ଏହାର ଆଖିଦୃଶିଆ ଉନ୍ନତି ହୋଇପାରିନି।
ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ସଦର ମହକୁମାରେ ରହିଛି ଶିକ୍ଷା ବିଭାଗର ଏକମାତ୍ର ସରକାରୀ ଉଚ୍ଚ ବିଦ୍ୟାଳୟ। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୨୩୮ ଜଣ ଓ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୩୨୨ ଛାତ୍ରୀଛାତ୍ର ପାଠ ପଢନ୍ତି। କିନ୍ତୁ ୫୬୦ଜଣ ଛାତ୍ରୀଛାତ୍ରଙ୍କ ଏହି ବିଦ୍ୟାଳୟରେ ୧୨ଜଣ ଶିକ୍ଷକଙ୍କ ବଦଳରେ ରହିଛନ୍ତି ମାତ୍ର ୬ଜଣ। ୨୦୧୫ରୁ ସ୍କୁଲରେ ପ୍ରଧାନଶିକ୍ଷକ ନ ଥିବାବେଳେ ଜଣେ ସହକାରୀ ଶିକ୍ଷକ ଏହି ଦାୟିତ୍ୱ ତୁଲାଉଛନ୍ତି। ଏମାନଙ୍କ ବ୍ୟତୀତ ଏଠାରେ ହିନ୍ଦୀ ଏବଂ କ୍ରୀଡ଼ା ଶିକ୍ଷକ ଏବଂ କିରାଣି ମଧ୍ୟ ନାହାନ୍ତି। ସ୍କୁଲରେ ଥିବା ପୁରାତନ ଆଜ୍‌ବେଷ୍ଟସ୍‌ ଘରେ ପାଠପଢ଼ା ଚାଲିଛି। ତାହା ମଧ୍ୟ ଆବଶ୍ୟକ ସଂଖ୍ୟକ ନାହିଁ। ସ୍କୁଲରେ ପାଚେରି ନ ଥିବା ବେଳେ ପିଇବା ପାଣି ମଧ୍ୟ ନାହିଁ ବୋଲି ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭୀମ ଗଗରେଙ୍ଗା ଅଭିଯୋଗ କହିଛନ୍ତି। ଗୁଣାତ୍ମକ ଶିକ୍ଷା ପାଇଁ ତୁରନ୍ତ ଶିକ୍ଷକ ନିଯୁକ୍ତି ଦାବି ହୋଇଛି। ଏଥିସହ ଅନ୍ୟ ସବୁ ସମସ୍ୟାର ସମାଧାନ କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଶିକ୍ଷକ ନିଯୁକ୍ତି ନେଇ ଦାୟିତ୍ୱରେ ଥିବା ଭାରପ୍ରାପ୍ତ ପ୍ରଧାନଶିକ୍ଷକ କେଶବ ବେହେରାଙ୍କୁ ପଚାରିବାରୁ ପ୍ରତି ମାସରେ ଆମର ଦରମା ବିଲ୍‌ ସାଙ୍ଗରେ ଶିକ୍ଷକ ଅଭାବ ନେଇ ପ୍ରଶାସନକୁ ଜଣାଉଛୁ ବୋଲି କହିଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ପଦକ୍ଷେପ ନେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri