ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ ବୁଧବାର ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର ଜଣାଶୁଣା ଚେହେରାମାନଙ୍କ ଗହଣରେ ଅର୍ଦ୍ଧେନ୍ଦୁ ଓ ପଲ୍ଳବୀଙ୍କ ହାତଗଣ୍ଠି ପଡ଼ିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇ ପଲ୍ଲବୀଙ୍କୁ ବିବାହ ଶୁଭେଚ୍ଛା ଜଣାଇବା ସହ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇଥିଲେ। ଅନ୍ୟପଟେ ବରଯାତ୍ରୀରେ ଓଲିଉଡ୍‌ର ଜଣାଶୁଣା କଳାକାରମାନେ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା। ଅଭିନେତା ସମରେଶ ରାଉତରାୟ, ଅମ୍ଳାନ, ଅଶ୍ୱିନୀ ତ୍ରିପାଠୀ, ବୁଲୁ, ପ୍ରେରଣା ପ୍ରତୀକ୍ଷା, ହାସ୍ୟ ଅଭିନେତା ବୁଟ୍ଟୁ ପ୍ରମୁଖ ଯୋଗଦେଇଥିଲେ। ସେହିଭଳି ବରମୁଣ୍ଡା ପଡ଼ିଆରେ ମନ୍ତ୍ରୀ ଅରୁଣ କୁମାର ସାହୁ, ପ୍ରତାପ ଜେନାଙ୍କ ସହ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ ରାଉତ, ପ୍ରଣବ ପ୍ରକାଶ ଦାସ ପ୍ରମୁଖଙ୍କୁ ଦେଖିବାକୁ ମିଳିଥିଲା। ୨୦୧୫ରେ ଓଡ଼ିଆ ସିନେମାରେ ଅଭିନୟ ଜୀବନ ଆରମ୍ଭ କରିଥିବା ଅର୍ଦ୍ଧେନ୍ଦୁଙ୍କ ପ୍ରଥମ ଫିଲ୍ମ ‘ଅ ଆ ଇ’ ଥିଲା। ଉଭୟ ଓଡ଼ିଆ ଏବଂ ବଙ୍ଗଳା ଭାଷାରେ ଏହି ଫିଲ୍ମ ମୁକ୍ତିଲାଭ କରିଥିଲା। ଏହାପରେ ଓଡ଼ିଆ ଚଳଚ୍ଚିତ୍ର ‘ଟପୋରି’ରେ ସେ ଅଭିନୟ କରିଥିଲେ। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ମୁଁ ପରଦେଶୀ ଚଢ଼େଇ’ ରିଲିଜ୍‌ ହୋଇଯାଇଛି। ପେସାରେ ଡାକ୍ତରଭାବେ କାମ କରୁଥିବା ପଲ୍ଲବୀ ଅର୍ଦ୍ଧେନ୍ଦୁଙ୍କୁ ପ୍ରେମବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri