ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ ତ୍ୱରିତ କରିବାକୁ ଏଦୁହେଁ ଆଗକୁ ଆସିବା ଦରକାର ବୋଲି ଅଧିକାରୀମାନେ କହିଥିଲେ। ଶୁକ୍ରବାର ସ୍ଥାନୀୟ ଅଏଁଲାଜୁବା କ୍ଲଷ୍ଟରର ସାଇପଲା ଶାସ୍ତ୍ରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ଅଭିଭାବକ, ଶିକ୍ଷକ ସମ୍ମିଳନୀରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ଉଦ୍‌ବୋଧନ ଦେଇ ଏହା କହିଥିଲେ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ସାହୁ ସଭାପତିତ୍ୱ କରିଥିବାବେଳେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ମୁଖ୍ୟଅତିଥି, ବ୍ଲକ ଶିକ୍ଷାଧିକାରୀ ଡ.ରେଶମଲାଲ ନାଏକ ମୁଖ୍ୟବକ୍ତା, ସ୍ଥାନୀୟ ସରପଞ୍ଚ ଚନ୍ଦ୍ରମଣୀ ତାଣ୍ଡି, ପ୍ରଧାନଶିକ୍ଷକ ଇନ୍ଦିରା ଗିରି, ସିଆରସିସି ଶରତ କୁମାର ପଣ୍ଡା, ଶାସ୍ବତ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ବୈଠକ ବାରମ୍ବାର ନିୟମିତ ବ୍ୟବଧାନରେ କରାଗଲେ ବିଭିନ୍ନ ସମସ୍ୟା ସମୀକ୍ଷା କରାଯିବା ସହ ସମାଧାନ ହୋଇପାରିବ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ । ଏହା ଯଦିବା ଏକ ପୁରୁଣା ବିଦ୍ୟାଳୟ ଏହାର ଗୃହ ନିର୍ମାଣ ତଥା ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଦୃଷ୍ଟି ଦେବାକୁ ଅଧିକାରୀମାନଙ୍କୁ ଅଭିଭାବକମାନେ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ ଯେ, ସେହିଭଳି ଶୁକ୍ରବାର ଜିଲାବ୍ୟାପି ସମସ୍ତ ପ୍ରାଥମିକ, ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଏକକାଳୀନ ବୈଠକ ହୋଇଥିଲା। ଅଧିକାରୀମାନେ ଏହି ବିଦ୍ୟାଳୟକୁ ପର୍ଯ୍ୟବେକ୍ଷଣରେ ଯାଇ କାର୍ଯ୍ୟକ୍ରମରେ ଯୋଗଦେଇ ତଦାରଖ କରିଥିଲେ। ଅଧିକାରୀମାନଙ୍କୁ ନିକଟରେ ପାଇ ଖୁସି ପ୍ରକଟ କରିଥିଲେ । ଏଥିରେ ଗାଁର ସମସ୍ତ ଅଭିଭାବିକା ଅଭିଭାବକ, ଶିକ୍ଷୟିତ୍ରୀ ଶିକ୍ଷକ, ପଞ୍ଚାୟତିରାଜ ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri