ଅଭିଭାବକଙ୍କୁ ମରଣାନ୍ତକ ଆକ୍ରମଣ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ବିଦ୍ୟାଳୟ ଆଗରେ ଧାରଣା

କପ୍ତିପଦା,୧ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ନୂଆସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଓ ତାଙ୍କ ଦିଅର ଜଣେ ଛାତ୍ରଙ୍କ ଅଭିଭାବକଙ୍କୁ ଦୁର୍ବ୍ୟବହାର ଓ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ବିଦ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏଥିରେ ଛାତ୍ରୀଛାତ୍ର, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି, ସଦସ୍ୟ, ବଜାର କଲ୍ୟାଣ କମିଟିର ସଭାପତି, ସମସ୍ତ ବ୍ୟବସାୟୀ ଓ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ସାମିଲ ହୋଇଥିଲେ। ଖବରପାଇ ବିଇଓ ଶଶୀଧର ସିଂ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା କରିଥିଲେ। ମାତ୍ର ଶିକ୍ଷୟିତ୍ରୀଙ୍କୁ ଉକ୍ତ ବିଦ୍ୟାଳୟରୁ ଅନ୍ୟତ୍ର ବଦଳି ନ କରିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ସେମାନେ ଚେତାବନୀ ଦେଇଥିଲେ। ବିଇଓ ସିଂ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାର ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ମାତ୍ର ଅଭିଯୁକ୍ତମାନଙ୍କୁ ପୋଲିସ ତୁରନ୍ତ ଗିରଫ କରିବା ପାଇଁ ଦାବି ହୋଇଛି ା
ଅଭିଯୋଗ ଅନୁଯାୟୀ, ବଡଖଲାଡି ଗ୍ରାମର ପ୍ରବୀର ବିନ୍ଧାଣୀଙ୍କ ଭଉଣୀ କୃତିରାଣୀଙ୍କ ପୁଅ ଧ୍ରିତିଶ୍‌ ନୂଆସାହି ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ର। ଧ୍ରିତିଶ୍‌ଙ୍କୁ଼ ଉକ୍ତ ବିଦ୍ୟାଳୟର ସଂପୃକ୍ତ ଶିକ୍ଷୟିତ୍ରୀ ଗତ ୨୪ ତାରିଖରେ ଗାଳିଗୁଲଜ କରିବା ସହିତ ତାଙ୍କ ଖାତାପତ୍ର ଫୋପାଡ଼ି ଦେଇଥିଲେ। ଏସମ୍ପର୍କରେ ଧ୍ରିତିଶ୍‌ଙ୍କ ମାଆ ସ୍କୁଲ୍‌କୁ ଯାଇ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଜଣାଉଥିବା ବେଳେ ସେହି ଶିକ୍ଷୟିତ୍ରୀ ତାଙ୍କୁ ଗାଳିଗୁଲଜ କରିଥିଲେ। ଏହା ପର ଦିନ ଧ୍ରିତିଶ ସ୍କୁଲ ଯିବାକୁ ଭୟ କରିଥିଲେ। ମାମୁଁ ପ୍ରବୀର ତାଙ୍କୁ ବୁଝାସୁଝା କରି ସ୍କୁଲରେ ନେଇ ଛାଡି ଥିଲେ ା ମାତ୍ର ଶିକ୍ଷୟିତ୍ରୀ ଜଣକ ପ୍ରବୀରଙ୍କୁ ମଧ୍ୟ ଗାଳିଗୁଲଜ କରିିଥିବା ଅଭିଯୋଗ ହୋଇଛି।
ଘଟଣା ସଂପର୍କରେ ପ୍ରବୀର ସ୍କୁଲ୍‌ର ପିଟିଏ ସଦସ୍ୟ ରାଜେଶ କୁମାର ବେହେରାଙ୍କୁ ଜଣାଉଥିବାବେଳେ ଏହି ଶିକ୍ଷୟିତ୍ରୀଙ୍କ ଦିଅର ପ୍ରବୀରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପରିବାର ଲୋକେ ପ୍ରବୀରଙ୍କୁ ପ୍ରଥମେ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ୨୬ ତାରିଖରେ ପ୍ରବୀର ଘଟଣା ସଂପର୍କରେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏଥିନେଇ ପୋଲିସ ଏକ ମାମଲା (ନଂ. ୮୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ଶିକ୍ଷୟିତ୍ରୀଙ୍କ ସହିତ ତାଙ୍କ ଦିଅରଙ୍କୁ ଏତଲାରେ ଅଭିଯୁକ୍ତ ଦର୍ଶାଯାଇଛି। ଘଟଣାର ସମାଧାନ ପାଇଁ ସ୍କୁଲ୍‌ ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଏକ ବୈଠକ ୩୦ ତାରିଖରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବଜାର କଲ୍ୟାଣ କମିଟିର ସଭାପତି ବସନ୍ତ କୁମାର ରାଉଳ, ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶୋଭାରାଣୀ ପଢ଼ିଆରୀ, ଏବିଇଓ ଘନଶ୍ୟାମ ସିଂ, ସିଆର୍‌ସିସି ସରୋଜ କୁମାର ମହାନ୍ତି, ମହେନ୍ଦ୍ର ସାହୁ ଏବଂ ବଜାର କମିଟିର ସଦସ୍ୟ, ଅଭିଭାବକମାନେ ଯୋଗ ଦେଇଥିଲେ। ଛାତ୍ରଙ୍କ ଅଭିଭାବକ ଉକ୍ତ ବୈଠକରେ ଉପସ୍ଥିତ ଥିବାବେଳେ ସେହି ଶିକ୍ଷୟିତ୍ରୀ ଅନୁପସ୍ଥିତ ରହିଥିଲେ। ଫଳରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଲିଖିତ ଅଭିଯୋଗ କରାଯାଇଛି। ଏସମ୍ପର୍କରେ ବିବାଦୀୟ ହୋଇପଡିଥିବା ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri