ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟରୁ ଟୋକନ୍‌ ସଂଗ୍ରହ କରୁଥିବାର ଦେଖାଯାଇଛି। ପଳାସଗଡ଼ିଆସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୨୦ ପିଲାଙ୍କୁ ଟୋକନ୍‌ ଦିଆଯାଉଛି। ପ୍ରତି ପିଲା ପିଛା ୪ କିଗ୍ରା ୫୦୦ କରି ୩ ମାସ ପାଇଁ ୧୩ କିଗ୍ରା ୫୦୦ ଚାଉଳ ଦିଆଯିବା ପାଇଁ ଟୋକନ୍‌ ପ୍ରଦାନ କରାଯାଉଛି। ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଭାବକମାନଙ୍କୁ ପ୍ରଥମେ ସାନିଟାଇଜର୍‌ରେ ହାତ ସଫା କରିବାକୁ ଦିଆଯାଉଛି। ଭାରପ୍ରାପ୍ତ ଅଧ୍ୟକ୍ଷ ମନୋରଞ୍ଜନ ବଳ, ଶିକ୍ଷକ ରତିକାନ୍ତ ପଣ୍ଡା, ବାସୁଦେବ ପହି, ଶିକ୍ଷାକର୍ମଚାରୀ ସତ୍ୟପ୍ରିୟ ସୁଶୀଲ ନାୟକ, ଦିଲ୍ଲୀପ ମହାନ୍ତି, ଦୀପକ ମୁଖୀ ପ୍ରମୁଖ ଟୋକନ୍‌ ଦାୟିତ୍ୱରେ ଅଛନ୍ତି। ସେହିପରି ନିଳୋକ ହରିହର ସରକାରୀ ସଂଯୁକ୍ତ ଉପ୍ରା ବିଦ୍ୟାଳୟରେ ୧୫୦ ପିଲାଙ୍କ ପାଇଁ ଟୋକନ୍‌ ବ୍ୟବସ୍ଥା ହୋଇଛି। ସକାଳୁ ଅଭିଭାବକମାନେ ବିଦ୍ୟାଳୟ ପରିସରରେ ବୃତ୍ତ ଚିହ୍ନ ମଧ୍ୟରେ ଠିଆ ହୋଇ ଟୋକନ୍‌ ସଂଗ୍ରହ କରୁଛନ୍ତି। ପ୍ରଥମରୁ ୫ମ ଶ୍ରଣୀ ପିଲାଙ୍କୁ ଏପ୍ରିଲ୍‌, ମେ, ଜୁନ୍‌ ୩ ମାସର ୯ କିଗ୍ରା ଏବଂ ୬ଷ୍ଠରୁ ୮ମ ଶ୍ରେଣୀ ପିଲାଙ୍କୁ ୩ ମାସର ୧୩ କିଗ୍ରା ୫ଶହ ଗ୍ରାମର ଟୋକନ୍‌ ପ୍ରଦାନ କରାଯାଉଛି। ଟୋକନ୍‌ ପ୍ରଦାନରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବଟକୃଷ୍ଣ ସେଠୀ, ଶିକ୍ଷକ ନିରାକର ଜେନା, ସୁରେନ୍ଦ୍ର ପଣ୍ଡା, ରତିକାନ୍ତ ନାୟକ, ପରିଚାଳନା କମିଟିର ଅଧ୍ୟକ୍ଷ ଅଭିରାମ ଜେନା ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri