ଅଭିଯୁକ୍ତ ବାବିନାଙ୍କ ବ୍ୟବସାୟିକ ଆଡ୍ଡା ଭାଙ୍ଗିଲା ପୋଲିସ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବ ଶତ୍ରୁତାରୁ ନବଘନ ପାଟ୍ଟଶାଣୀ ଓରଫ ବାଙ୍କା ନାମକ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି ମୁଖ୍ୟ ଅଭିଯୁକ୍ତ ବାବିନା ଓରଫ ଶଶାଙ୍କ ଶେଖର ବଳିଆର୍‌ସିଂ। ତେବେ ଖୋଳତାଡ଼ ପରେ ପୋଲିସ ବାବିନାଙ୍କ ଆପରାଧିକ ସାମ୍ରାଜ୍ୟ ସମ୍ପର୍କରେ ବହୁ ତଥ୍ୟ ପାଇଛି। ବାବିନା ଖଣ୍ଡଗିରି ଥାନା ଅନ୍ତର୍ଗତ ତପୋବନ ଆଶ୍ରମ ନିକଟରେ ଏକ ସରକାରୀ ଜମିରେ କବାଡ଼ିଆ ଦୋକାନ ଖୋଲି ସେଠାରୁ ଆପରାଧିକ କାର୍ଯ୍ୟ ଜାରି ରଖିଥିଲେ। ତେଣୁ ପୋଲିସ ଟିମ୍‌ ମଙ୍ଗଳବାର ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ସହାୟତାରେ ବାବିନାଙ୍କ ଉକ୍ତ ବ୍ୟବସାୟିକ ଆଡ୍ଡାକୁ ଡ୍ରୋଜର ସାହାଯ୍ୟରେ ମାଟିରେ ମିଶାଇଛି। ବାବିନାଙ୍କ ଘର ପୁରୀ ଜିଲା ବ୍ରହ୍ମପୁର ଅଞ୍ଚଳରେ ହୋଇଥିବାବେଳେ ସେ କିଛିବର୍ଷ ହେଲା ଭୁବନେଶ୍ୱରେ ରହି ବ୍ୟବସାୟ କରୁଥିଲେ। ତାଙ୍କ ନାମରେ ପୁରୀର ବିଭିନ୍ନ ଥାନାରେ ୫ରୁ ଊର୍ଦ୍ଧ୍ୱ ଆପରାଧିକ ମାମଲା ରହିଛି। ଏହି ମାମଲାରେ ହତ୍ୟା, ଆର୍ମସ ଆକ୍ଟ, ଲୁଟ୍‌ ଆଦି ରହିଛି। ତେବେ ବାବିନା ତାଙ୍କ ବ୍ୟବସାୟିକ ସ୍ଥଳରେ ସ୍ଥାନୀୟ ଅପରାଧୀଙ୍କ ସହ ମିଶି ଖଟି କରୁଥିଲେ। ଏପରିକି ସେଠାରୁ ଅପରାଧ କରିବାକୁ ଯୋଜନା କରୁଥିଲେ ବୋଲି ପୋଲିସ ଜାଣିବାକୁ ପାଇବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ସୂଚନାନୁସାରେ, ଗତ ୧୮ ତାରିଖ ସକାଳେ ବରମୁଣ୍ଡା ଅଞ୍ଚଳର ନବଘନ ନାକାଗେଟ୍‌ ପଟୁ ଖଣ୍ଡଗିରି ଅଭିମୁଖେ ଯାଉଥିବା ସମୟରେ ଅଭିଯୁକ୍ତ ବାବିନା ଓ ତାଙ୍କ ସହଯୋଗୀ ଖଣ୍ଡା ଧରି ଦୁଇଟି ମୋଟରସାଇକେଲରେ ତାଙ୍କର ପିଛା କରିଥିଲେ। ପରେ ନବଘନ ଖଣ୍ଡଗିରି ଛକ ନିକଟ ଏକ ଦୋକାନରେ ଚା’ ପିଉଥିବାବେଳେ ଶଶାଙ୍କ ଶେଖର ଓ ଅନ୍ୟ ଅଭିଯୁକ୍ତମାନେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ନବଘନ ଗୁରୁତର ଆହତ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୧୧୭/୨୦୨୩) ରୁଜୁ କରି ବାବିନାଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri