ଅଭିଯୁକ୍ତଙ୍କ ନିକଟରେ ପୋଲିସ କର୍ମଚାରୀ ବନ୍ଧୁକ ଛାଡ଼ିିବା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା

ବାରିପଦା ଅଫିସ,୧୬।୯- ବାରିପଦା ବସ୍‌ଷ୍ଟାଣ୍ଡରୁ ଟାଉନ ଥାନା ପୋଲିସ ଶନିବାର ଗଞ୍ଜେଇ ଜବତ କରିଥିବା ବେଳେ ଏହି କାରବାରରେ ସମ୍ପୃକ୍ତ ୨ ଅଣ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ବସ୍‌ଷ୍ଟାଣ୍ଡରୁ ସେମାନଙ୍କୁ ଥାନାକୁ ଆଣିବା ବେଳେ ପୋଲିସ ଜିପ ପଛରେ ଉଭୟ ଅଭିଯୁକ୍ତଙ୍କୁ ବସାଯାଇଥିବା ବେଳେ ଜବତ ଗଞ୍ଜେଇକୁ ମଧ୍ୟ ରଖାଯାଇଥିଲା। ତେବେ ଏହି ଅଭିଯୁକ୍ତମାନଙ୍କ ନିକଟରେ ପୋଲିସ କର୍ମଚାରୀଙ୍କ ଏକ ବନ୍ଧୁକ ରଖାଯାଇଥିଲା। କେହି ଜଣେ କର୍ମଚାରୀ ଗାଡ଼ି ଭିତରେ ବେଫିକର ଭାବେ ବନ୍ଧୁକକୁ ଛାଡ଼ି ଯାଇଥିଲେ। ତେବେ ଅଭିଯୁକ୍ତମାନଙ୍କ ନିକଟରେ ବନ୍ଧୁକ ରଖିବା ବିସ୍ମୟକର କଥା। ଯଦି ଏହି ଅଭିଯୁକ୍ତମାନେ କିଛି ଅଘଟଣ ଘଟାଇଥାନ୍ତେ ତେବେ ସେଥିପାଇଁ ଦାୟୀ ରହିଥାନ୍ତା କିଏ ବୋଲି ସାଧାରଣରେ ପ୍ରଶ୍ନ କରାଯାଇଛି। ଏନେଇ କେବଳ ‘ଧରିତ୍ରୀ’ରେ ଏକ ରିପୋର୍ଟ ରବିବାର ପ୍ରକାଶ ପାଇଛି। ଏହି ଘଟଣାରେ ବାରିପଦା ଟାଉନ ଥାନା ପୋଲିସର କାର୍ଯ୍ୟଶୈଳୀକୁ ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ପକ୍ଷରୁ ନିନ୍ଦା କରାଯାଇଛି। ମୋର୍ଚ୍ଚାର ସଭାପତି ଧରାମରାଜ ହାଁସଦା କାର୍ଯ୍ୟରେ ଅବହେଳା କରିଥିବା ପୋଲିସ କର୍ମଚାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତିି। ଏ ନେଇ ସେ ଜିଲା ପୋଲିସ ମୁଖ୍ୟଙ୍କୁ ସାକ୍ଷାତ କରି ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିବେ ବୋଲି ଏକ ପ୍ରେସ ବିବୃତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri