ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ମହିଳାଙ୍କୁ ଅସଦାଚରଣ ଘଟଣା: ଏଏସଆଇଙ୍କୁ ଗିରଫ କଲା ପୋଲିସ

କପ୍ତିପଦା,୬ା୧୧(ଡି.ଏନ୍‌.ଏ.)- ଏକ ପୁରୁଣା ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ କପ୍ତିପଦା ଥାନାର ତତ୍‌କାଳୀନ ଏଏସଆଇ ଶୁଭେନ୍ଦୁ ବେହେରାଙ୍କୁ ଗିରଫ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ବାରିପଦାସ୍ଥିତ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଗତ ମେ ମାସ ୧୨ ତାରିଖ ବିଳମ୍ବିତ ରାତିରେ କପ୍ତିପଦା ଗଡସାହିର ଜଣେ ବ୍ୟକ୍ତିଙ୍କୁ ଏଏସଆଇ ବେହେରା ସଦଳବଳେ ଏକ ପୁରୁଣା ମାମଲାରେ ଗିରଫ କରିବାକୁ ଯାଇଥିଲେ ା ମାତ୍ର ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏଏସଆଇ ବେହେରାଙ୍କୁ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏସମ୍ପର୍କରେ ପାଲଟା ଏତଲା ଦେବାକୁ ତହିଁ ପରଦିନ ସମ୍ପୃକ୍ତ ବ୍ୟକ୍ତିଙ୍କ ସ୍ତ୍ରୀ ଓ ତାଙ୍କ ଭାଇଙ୍କ ସ୍ତ୍ରୀ ଥାନାକୁ ଯାଇଥିଲେ। ମାତ୍ର ପୋଲିସ ଏତଲା ଗ୍ରହଣ ନ କରି ସେମାନଙ୍କୁ ମଧ୍ୟ ଉକ୍ତ ମାମଲାରେ ଅଭିଯୁକ୍ତ ଦର୍ଶାଇ କୋର୍ଟ ଚାଲାଣ କରିଥିଲା। ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ଆଳରେ ତାଙ୍କ ଘରକୁ ଯାଇ ତାଙ୍କ ସ୍ତ୍ରୀଙ୍କୁ ଏଏସଆଇ ବେହେରା ଅସଦାଚରଣ କରିିଥିବା ଅଭିଯୋଗ ହୋଇଥିଲା। ଏଏସଆଇ ବେହେରାଙ୍କୁ ବାରିପଦା ବଦଳି କରାଯାଇଥିଲା। ନ୍ୟାୟ ନ ପାଇ କିଛି ଦିନ ତଳେ ସେହି ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିବା ସହିତ ନବୀନ ନିବାସ ସମ୍ମୁଖରେ ଆତ୍ମାହୂତି ଦେବାକୁ ଉଦ୍ୟମ କରିଥିଲେ। ଖବରପାଇ ମୟୂରଭଞ୍ଜ ଏସପି ଓ ଉଦଳା ଏସଡିପିଓ କପ୍ତିପଦା ଥାନା ଗ୍ରସ୍ତରେ ଯାଇ ଅଭିଯୋଗକାରିଣୀଙ୍କ ଘରକୁ ଯିବା ସହିତ ତଦନ୍ତ କରିଥିଲେ। ଘଟଣାର ତଦନ୍ତ ଦାୟିତ୍ୱ ଡିଏସପି ସବିତା ମାଝୀଙ୍କୁ ଦିଆଯାଇଥିଲା। ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ତଳେ ଏଏସଆଇ ବେହେରା ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇ ଦୁର୍ଘଟଣା ଘଟାଇଥିବା ଅଭିଯୋଗରେ ନିଲମ୍ବିତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?