ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପରେ ଶୁକ୍ରବାର ରାତିରେ ତାଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ଏବେ ଏକ ଅଜ୍ଞାତ ସ୍ଥାନରେ ରଖାଯାଇ ପଚରାଉଚରା କରାଯାଉଛି। ଶନିବାର ତାଙ୍କୁ ଘଟଣାସ୍ଥଳକୁ ନିଆଯାଇ ଟିଆ ପରେଡ କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣଙ୍କ ଲକ୍ଷ୍ମୀସାଗର ଅଞ୍ଚଳର ଜଣେ ଜଣାଶୁଣା ବ୍ୟକ୍ତି ହୋଇଥିବାବେଳେ ତାଙ୍କର ରାଜନୈତିକ ଲିଙ୍କ୍‌ ରହିଛି। ଏପରି କି ଏକାଧିକ ରାଜନେତାଙ୍କ ସହ ଅଭିଯୁକ୍ତଙ୍କ ଫଟୋ ସୋସିଆଲ ମିଡିଆରେ ଘୂରିବୁଲୁଛି। ଏଥିସହ ସମ୍ପୃକ୍ତ ବ୍ୟକ୍ତି ଦୁଇଟି ବ୍ୟବସାୟୀ ସଂଘର ସମ୍ପାଦକ ରହିଥିବା ଜଣାପଡ଼ିଛି। ଏ ନେଇ ପୋଲିସ ଅଧିକ ତଥ୍ୟ ଦେଉ ନ ଥିବା ବେଳେ ଅଭିଯୁକ୍ତ ଫେରାର ଥିବା କୁହାଯାଉଛି। ପୋଲିସ ସିସିଟିଭି ଫୁଟେଜକୁ ସ୍ଥାନୀୟ ଅଞ୍ଚଳର କେତେକ ଯୁବକଙ୍କୁ ଦେଖାଇବା ପରେ ତାଙ୍କୁ ଚିହ୍ନଟ କରାଯାଇଛି। ଗୁରୁବାର ରାତିରେ ଲକ୍ଷ୍ମୀସାଗର ଥାନା ପୋଲିସ ଅଭିଯୁକ୍ତଙ୍କ ଘରକୁ ଯାଇଥିଲା। ଘରେ ସେ ନ ଥିବାରୁ ତାଙ୍କ ପରିବାର ଲୋକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ପରେ ଅଭିଯୁକ୍ତଙ୍କ ବାପାଙ୍କୁ ପୋଲିସ ଆଣି ଥାନାରେ ଅଟକ ରଖିଥିଲା। ତେବେ ସ୍ଥାନୀୟ ଜଣେ ବ୍ୟକ୍ତିଙ୍କ ମୁଚାଲିକାରେ ତାଙ୍କୁ ଛାଡ଼ି ଦିଆଯାଇଛି।
ସୂଚନାଯୋଗ୍ୟ, ରାଜଧାନୀର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଛାତ୍ରୀ ଜଣଙ୍କ ଅଷ୍ଟମ ଶ୍ରେଣୀରେ ପାଠ ପଢନ୍ତି। ଗତ ୨୧ ତାରିଖ ସକାଳ ପ୍ରାୟ ୫.୪୫ରେ ସେ ସାଇକେଲରେ ଟ୍ୟୁଶନ୍‌ ଯାଉଥିଲେ। ଏହି ସମୟରେ ଅଭିଯୁକ୍ତ ଜଣଙ୍କ ଏକ ଆକ୍ଟିଭା ସ୍କୁଟିରେ ତାଙ୍କୁ ପିଛା କରିଥିଲେ। ବାଟରେ ତାଙ୍କ ଅଟକାଇ ତାଙ୍କ ନାମ, କେଉଁ ସ୍କୁଲରେ ପାଠ ପଢିବା ସହ ଘର ଠିକଣା ପଚାରିଥିଲେ। ନିଛାଟିଆ ରାସ୍ତାର ସୁଯୋଗରେ ଅଭିଯୁକ୍ତ ଜଣଙ୍କ ଛାତ୍ରୀଙ୍କୁ ଅଟକାଇ ଅସଦାଚରଣ କରିଥିଲେ। ଛାତ୍ରୀ ଜଣଙ୍କ ଲୋକ ଲଜ୍ଜାରେ ପରିବାର ଲୋକଙ୍କୁ ଏହା ଜଣାଇ ନ ଥିଲେ। ମାତ୍ର ସିସିଟିଭି ଫୁଟେଜରେ ଏସବୁ ଦୃଶ୍ୟ କଏଦ ହେବା ପରେ ପରିବାର ଲୋକେ ଅବଗତ ହୋଇ ଏ ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଦଫା ୩୪୧, ୩୨୩,୩୫୪ ଓ ପୋକ୍ସୋ ଆକ୍ଟ (୨୦୧୨) ଲଗାଇ ଏକ କେସ୍‌ (ନଂ-୨୩୦/୧୯) ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri