ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିକ୍ଷୋଭ : ପ୍ରତ୍ୟକ୍ଷଦର୍ଶୀଙ୍କୁ ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱ ପଡିଆରେ ଗତ ରବିବାର ରାତିରେ ଅମରେଶ ନାୟକଙ୍କୁ ହତ୍ୟା କରାଯାଇଥିଲା। ଇତିମଧ୍ୟରେ ଘଟଣାକୁ ୫ ଦିନ ବିତିଯାଇଥିବାବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅମରେଶଙ୍କ ସମର୍ଥକମାନେ ଗୁରୁବାର କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାପରେ ସେମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟି ଦାବି ଜଣାଇଥିଲେ। ଶୀଘ୍ର ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି କମିଶନର ପ୍ରତିଶ୍ରୁତି ଦେଇଛନ୍ତି।
ଅମରେଶଙ୍କ ସମର୍ଥକମାନେ ଅଭିଯୋଗ କରିଛନ୍ତି ଯେ, ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀଙ୍କ ପାଖକୁ ଆକ୍ରମଣକାରୀଙ୍କ ଧମକ ପୂର୍ଣ୍ଣ ଫୋନ୍‌ କଲ ଆସୁଛି। ପୋଲିସ ଆଗରେ ବୟାନ ଦେଲେ କିମ୍ବା ଅନ୍ୟ କେଉଁଆଡେ ଗଲେ ଅମରେଶ ଭଳି ହତ୍ୟା କରାଯିବ ବୋଲି ଧମକ ଦିଆଯାଉଛି। ତେଣୁ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଅମରେଶଙ୍କ ସାଙ୍ଗ ସୁଜିତ ସେଠୀ କହିଛନ୍ତି। ରାଜନୈତିକ କାରଣ ପାଇଁ ଜଣେ କର୍ପୋରେଟର ଏହି ହତ୍ୟାକାଣ୍ଡ ଘଟାଇଛନ୍ତି। ଘଟଣାସ୍ଥଳରେ ସେ ହିଁ ଉପସ୍ଥିତ ଥିବା ଦେଖିଥିଲି। ହତ୍ୟାକାରୀମାନେ ରାଜଧାନୀରେ ଲୁଚିରହି ଫୋନ୍‌ରେ ଧମକ ଦେଉଥିଲେ ମଧ୍ୟ ପୋଲିସ କିପରି ସେମାନଙ୍କୁ ଧରିପାରୁନି ବୋଲି ସେ ପ୍ରଶ୍ନ କରିଛନ୍ତି।
ଅନ୍ୟପକ୍ଷରେ ଅଭିଯୁକ୍ତମାନେ ଫେରାର ଥିବାରୁ ତାଙ୍କୁ ଧରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠିତ ଟିମ୍‌ ପକ୍ଷରୁ ଚଢାଉ ଜାରି ରହିଛି। ଏହି ଟିମ୍‌ ଭୁବନେଶ୍ୱର ଓ ଏହାର ଉପକଣ୍ଠରେ ଚଢାଉ କରୁଛନ୍ତି। ଅଭିଯୁକ୍ତମାନେ ରାଜଧାନୀ ପାର୍‌ ହୋଇଯାଇଥିବା ଅନୁମାନ କରାଯାଉଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ତଦନ୍ତ ବାଟବଣା ହେବାର କୌଣସି କାରଣ ନାହିଁ। ହତ୍ୟାକାଣ୍ଡରେ ଅନେକ ପ୍ରତ୍ୟକ୍ଷଦର୍ଶୀ ଅଛନ୍ତି। ସେମାନଙ୍କ ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri