Posted inଖେଳ

ଅଭ୍ୟାସ ମ୍ୟାଚ୍‌: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ

ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଦ୍ୱିତୀୟ ଦିନରେ ପହଞ୍ଚିଛି। ପ୍ରଥମ ଦିନର ଖେଳ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ରୂପେ ବାତିଲ ହେବା ପରେ ଶୁକ୍ରବାର ଦ୍ୱିତୀୟ ଦିନରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ଟସ୍‌ ଜିତି ଦକ୍ଷିଣ ଆଫିକା ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓପନର ଏଡେନ ମାରକ୍ରାମଙ୍କ ଶତକ ଓ ଟେମ୍ବା ବଭୁମାଙ୍କ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୫୦ ଓଭରରେ ୪ ଉଇକେଟ ହରାଇ ୧୯୯ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ବଭୁମା ୯୨ ବଲରୁ ୯ ଚୌକା ସହ ୫୫ ରନ କରି ଅପରାଜିତ ରହିଛନ୍ତି।
ଓପନର ମାରକ୍ରାମ ଦ୍ରୁତ ଗତିରେ ବ୍ୟାଟିଂ କରି ୧୧୮ଟି ବଲର ସମ୍ମୁଖୀନ ହୋଇ ୧୮ ଚୌକା ଓ ୨ ଛକା ସହ ୧୦୦ରନର ଶତକୀୟ ପାଳି ଖେଳି ରିଟାୟାର୍ଡ ହର୍ଟ ହୋଇଥିଲେ। ଶତକ ହାସଲ କରିବା ଠିକ୍‌ ପରେ ସେ ପ୍ୟାଭିଲିୟନ ଫେରିଯାଇଥିଲେ। ଏହି ଗସ୍ତରେ ମାରକ୍ରାମ କ୍ରମାଗତ ଦ୍ୱିତୀୟ ଶତକ ଅର୍ଜନ କରିଛନ୍ତି। ପୂର୍ବରୁ ମାରକ୍ରାମ ଗତ ସପ୍ତାହରେ ଅନୁଷ୍ଠିତ ଭାରତ ଏ’ ବିପକ୍ଷ ପ୍ରଥମ ଶ୍ରେଣୀ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଏ’ ତରଫରୁ ପ୍ରତିନିଧିତ୍ୱ କରି ୧୬୧ ରନ ସଂଗ୍ରହ କରିଥିଲେ। ଦକ୍ଷିଣ ଆଫ୍ରିକା ଇନିଂସ ଆରମ୍ଭରୁ ଝଟ୍‌କା ଖାଇଥିଲା। ଓପନର ଡିନ୍‌ ଏଲଗାର ମାତ୍ର ୬ ରନ କରିଥିବା ବେଳେ ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବଙ୍କ ବଲ୍‌ରେ ସ୍ଲିପ୍‌ରେ ପ୍ରିୟଙ୍କ ପଞ୍ଚାଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ଥେଉନିସ୍‌ ଡି ବ୍ରୁଏନ୍‌ ୬ ରନ କରିଥିବା ବେଳେ ଇଶାନ ପୋରେଲଙ୍କ ଦ୍ୱାର ଏଲ୍‌ବିଡବ୍ଲ୍ୟ ହୋଇଥିଲେ। ସେହିପର ୨୨ ରନ କରିଥିବା ବେଳେ ଜୁବେର ହମ୍‌ଜା ସ୍ପିନର ଧର୍ମନ୍ଦ୍ରସିନ୍‌ ଜାଡେଜାଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଶେଷରେ ଅଧିନାୟକ ଫାଫ୍‌ ଡୁପ୍ଲେସି ୯ କରି ଏଲ୍‌ବିଡବ୍ଲ୍ୟୁ ହେବା ସହ ଜାଜେଜାଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ବୋଲିଂରେ ସଭାପତି ଏକାଦଶ ତରଫରୁ ଜାଜେଜା ଦୁଇଟି, ଉମେଶ ଓ ପୋରେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୫୦ ଓଭରରେ ୧୯୯/୪
(ମାରାକ୍ରାମ- ୧୦୦, ବଭୁମା- ୫୦*, ଜାଡେଜା- ୨/୫୨, ପୋରେଲ- ୧/୧୧, ଉମେଶ- ୧/୩୧)।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri