Posted inଜାତୀୟ

ଅମରନାଥ ଯାତ୍ରା ନାଁରେ କଶ୍ମୀର ଲୋକଙ୍କୁ ହଇରାଣ କରା ନ ଯାଉ: ମେହବୁବା ମୁଫତି

ଶ୍ରୀନଗର, ୭।୭: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଅମରନାଥ ଯାତ୍ରାକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଅମରନାଥ ଯାତ୍ରାକୁ ମୁଁ ସମର୍ଥନ କରୁଛି। କିନ୍ତୁ ଏହି ଯାତ୍ରାର ସୁରକ୍ଷା ନାଁରେ କଶ୍ମୀର ଲୋକଙ୍କୁ ପ୍ରବଳ ହଇରାଣ କରାଯାଉଛି। ୪୬ ଦିନିଆ ଯାତ୍ରା ପାଇଁ ଦୁଇଟି ରାସ୍ତାରେ ୪୦ ହଜାର ସେଣ୍ଟ୍ରାଲ ପାରାମିଲିଟାରି ଏବଂ ରାଜ୍ୟ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଫଳରେ ସ୍ଥାନୀୟ ଲୋକେ ହଇରାଣ ହେଉଛନ୍ତି। ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ବାର୍ଷିକ ଅମରନାଥ ଯାତ୍ରା ସମୟରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ସରକାର ନିରାପତ୍ତା ବ୍ୟବସ୍ଥା ବଢାଇ ଦେଇଛନ୍ତି। ପବିତ୍ର ଗୁମ୍ଫାକୁ ଯାତ୍ରା କରୁଥିବା ଓ ଫେରୁଥିବା ଯାତ୍ରୀମାନଙ୍କ ଉପରେ ନଜର ରଖିବାକୁ ଯାତ୍ରୀମାନଙ୍କୁ ‘ବାରର୍କୋଡ’ ସ୍ଲିପ ଯୋଗାଇଦିଆଯାଇଛି। ଅଧିକ ଜାଗ୍ରତ ରହି ଯାତ୍ରୀମାନଙ୍କ ସମ୍ପୂର୍ଣ୍ଣ ନିରାପତ୍ତା ଉପରେ ଦୃଷ୍ଟି ଦେବାକୁ ସିଆରପିଏଫ ସମେତ ପାରାମିଲିଟାରି ଫୋର୍ସଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri