Posted inଜାତୀୟ

ଅମରନାଥ ଯାତ୍ରା ପାଇଁ ଏପ୍ରିଲରୁ ଆରମ୍ଭ ହେବ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌

ଶ୍ରୀନଗର,୧୫।୨: ଅମରନାଥ ଯାତ୍ରାର ଶୁଭାରମ୍ଭ ଜୁନ୍‌ ୨୩ରେ ହେବ। ଏହି ଯାତ୍ରା ଜୁନ୍‌ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ। ଶୁଭ ଦିନକୁ ଦେଖି ଏହି ତାରିଖ ଘୋଷଣା କରାଯାଇଛି। ୪୨ ଦିନ ଧରି ଚାଲିବାକୁ ଥିବା ଏହି ଯାତ୍ରାର ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌ ଏପ୍ରିଲରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଏନେଇ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଓ ଶ୍ରୀ ଅମରନାଥ ଶ୍ରାଇନ୍‌ ବୋର୍ଡ ଚେୟାରମ୍ୟାନ ଗିରିଶ ଚନ୍ଦ୍ର ମୁର୍ମୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଏହି ଯାତ୍ରା ପାଇଁ ରେଜିଷ୍ଟ୍ରେଶନ୍‌ ଏପ୍ରିଲ ୧ରୁ ଆରମ୍ଭ ହେବ। ଏଥିପାଇଁ ୧୩ବର୍ଷରୁ କମ୍‌ ଓ ୭୫ ବର୍ଷରୁ ଊର୍ଦ୍ଧ୍ୱ ଲୋକ ଆବେଦନ କରିପାରିବେ ନାହିଁ। ଏଥିସହ ଯାତ୍ରାର ରାସ୍ତା ଓ କ୍ୟାମ୍ପକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବାକୁ ଯୋଜନା ରଖାଯାଇଛି ବୋଲି ବୋର୍ଡର ମୁଖପାତ୍ର କହିଛନ୍ତି। ସୂଚନାମୁତାବକ ଗତ ଥର ଅମରନାଥ ଯାତ୍ରା ୪୦ଦିନ ପାଇଁ ହୋଇଥିବା ବେଳେ ଚଳିତଥର ଏହାକୁ ବୃଦ୍ଧି କରାଯାଇ ୪୨ଦିନ ପର୍ଯ୍ୟନ୍ତ କରାଯାଇଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ତୀର୍ଥଯାତ୍ରୀଙ୍କ ଯାତ୍ରା ଅଧାରେ ହିଁ ରହିଯାଇଥିଲା। ଏନେଇ ତୀର୍ଥଯାତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri