ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ ଅମାନିଆଙ୍କୁ ସାବାଡ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନ କଠୋର ଅଭିମୁଖ୍ୟ ଗ୍ରହଣ କରିଛି । ପ୍ରଶାସନ ପକ୍ଷରୁ କେବଳ ସକାଳ ୭ରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟ ପରେ ଦୋକାନ ଖୋଲା ଥିଲେ ତାହା ସିଲ୍‌ କରି ଦିଆଯିବ ବୋଲି କୁହାଯାଇଛି। ଅନ୍ୟପକ୍ଷେ ସମ୍ବଲପୁର ସହରର ଧନୁପାଲି ଛକ, ଜେଲଖାନା ଛକ, ଜିଲାସ୍କୁଲ ଛକ, ଲକ୍ଷ୍ମୀଟକିଜ ଛକ, ଅଇଁଠାପାଲଇ ଛକ, ଦୁର୍ଗାପାଲି, କଚେରୀ ଛକ, ସିନ୍ଦୂରପଙ୍କ ଛକରେ ପୋଲିସ ଗାଡଇମୋଟର କଡାକଡି ଯାଞ୍ଚ କରିଛି। ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ବିଭିନ୍ନ ଅଞ୍ଚଳ ବୁଲି ଦେଖୁଛନ୍ତି। ଜିଲାପାଳ ଶୁଭମ୍‌ ସକ୍‌ସେନା ଏକ ଭିଡିଓରେ ଜିଲାବାସୀଙ୍କୁ ଲକଡାଉନର କଟକଣା ପାଳନ କରିବାକୁ ଅନୁରୋଧ କରି ସ୍ବାସ୍ଥ୍ୟ ବିଭାଗ, ପୋଲିସ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri