ଅମାନିଆଙ୍କୁ ରାସ୍ତାରେ ଆଣ୍ଠେଇଲେ ବାହାନଗା ତହସିଲଦାର

ବାହାନଗା, ୧୨।୪(ଡି.ଏନ.ଏ.): କରୋନା ମୁକାବିଲା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକ୍‌ଡାଉନ୍‌ ହେତୁ ଘରେ ରହିବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଲାଗି ବାଇକ୍‌ର ବ୍ୟବହାର ଉପରେ ରୋକ ଲଗାଯାଇଛି। ଅନେକ ସ୍ଥାନରେ ଏଥିନେଇ ଜରିମାନା ଆଦାୟ ମଧ୍ୟ କରାଯାଉଛି। ହେଲେ ବାଲେଶ୍ୱର ଜିଲା ବାହାନଗା ବ୍ଳକ ଅଞ୍ଚଳରେ କିଛି ଅମାନିଆଙ୍କ ପାଇଁ ଏସବୁ ନିୟମ ପାଣିର ଗାର ସଦୃଶ। ପ୍ରଶାସନର ବାରଣ ସତ୍ତ୍ୱେ ଅଞ୍ଚଳର ବିଭିନ୍ନ ବଜାରରେ କେତେକ ବ୍ୟକ୍ତି ଓ ଯୁବକମାନେ ପ୍ରତ୍ୟେହ ମୋଟର ସାଇକେଲ ଧରି ବଜାରକୁ ଆସଛନ୍ତି। ଏପରିକି ଅନେକେ ମୁହଁରେ ମାସ୍କ ନ ଲଗାଇ ବୁଲୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଅମାନିଆଙ୍କୁ ସାବାଡ କରିବା ଲାଗି ରବିବାର ବାହାନଗା ତହସିଲିଦାରଙ୍କ ଛାଟ ଲାଗିଛି। ବଜାରରେ ମାସ୍କ ମୁହଁରେ ଲଗାଇ ନ ଥିବା ଯୁବକ ମାନଙ୍କୁ ସେ ଆଣ୍ଠାଇ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ବାହାନଗା ତହସିଲିଦାର ଜିତେନ୍ଦ୍ର କର ସଦଳବଳେ ସକାଳ ୮ଟା ସମୟରେ ଗୋପାଳପୁର ବଜରରେ ପହଞ୍ଚି ଲୋକମାନଙ୍କୁ ଦୋକାନ ଆଗରେ ସାମାଜିକ ଦୂରତ୍ୱ ରଖି ସାମଗ୍ରୀ କିଣିବା ପାଇଁ ପରାମର୍ଶ ଦେଇଥିଲେ। ପ୍ରଶାସନ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରିବା ସତ୍ତ୍ୱେ ଲୋକମାନେ ମୋଟରସାଇକେଲ ଯୋଗେ ସକାଳେ ବଜାରକୁ ଆସି ଗହଳି କରୁଥିବାରୁ ସେମାନଙ୍କୁ ଗାଡି ଧରି ଆସିବାକୁ ବାରଣ କରିବା ସହିତ ଖରାରେ ମଟର ସାଇକେଲ ଧରି କିଛି ସମୟ ଛିଡା କରାଇ ଦଣ୍ଡ ଦେଇଥିଲେ। ଆଉକିଛି ଗାଡି ଚାଳକଙ୍କଠାରୁ ଜରିମାନା ମଧ୍ୟ ଆଦାୟ କରିଥିଲେ। ସେହିପରି ବଜାରକୁ ମୁହଁରେ ମାସ୍କ ନ ଲଗାଇ ଆସୁଥିବା କେତେକ ଯୁବକଙ୍କୁ ତାଗିଦ କରିବା ସହିତ ବଜାରରେ ଦଣ୍ଡ ସ୍ବରୂପ ଖରାରେ ଆଣ୍ଠାଇ ଦେଇଥିଲେ। ଅମାନିଆଙ୍କ ପ୍ରତି ତହସିଲଦାର କରଙ୍କ ଏଭଳି ଶାସ୍ତିକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri